25ତହୁଁ ସେମାନେ ଲଜ୍ଜିତ ହେବା ପର୍ଯ୍ୟନ୍ତ ଅପେକ୍ଷା କଲେ; ମାତ୍ର ଦେଖ, ସେ ଉପର ମହଲାର କବାଟ ଫିଟାଇଲା ନାହିଁ; ଏହେତୁ ସେମାନେ କଞ୍ଚିକାଠି ନେଇ କବାଟ ଫିଟାଇଲେ; ତହିଁରେ ଦେଖ, ସେମାନଙ୍କର ପ୍ରଭୁ ମରି ଭୂମିରେ ପଡ଼ିଅଛି।
26ମାତ୍ର ସେମାନେ ବିଳମ୍ବ କରି ରହିବା ବେଳେ ଏହୂଦ ପଳାଇ ସେହି ପଥର ଖଣି ପାର ହୋଇ ସିୟୀରାକୁ ଚାଲିଗଲେ।
27ପୁଣି ସେ ସେହି ସ୍ଥାନରେ ପହୁଞ୍ଚି ଇଫ୍ରୟିମ-ପର୍ବତମୟ ଦେଶରେ ତୂରୀ ବଜାଇଲେ, ତହିଁରେ ଇସ୍ରାଏଲ-ସନ୍ତାନଗଣ ତାଙ୍କ ସହିତ ପର୍ବତମୟ ଦେଶରୁ ଆସନ୍ତେ, ସେ ସେମାନଙ୍କର ଅଗ୍ରଗାମୀ ହୋଇ ଚାଲିଲେ।
28ପୁଣି ସେ ସେମାନଙ୍କୁ କହିଲେ, “ମୋʼ ପଛେ ପଛେ ଆସ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଶତ୍ରୁ ମୋୟାବୀୟମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।” ତହୁଁ ସେମାନେ ତାଙ୍କ ପଛେ ପଛେ ଚାଲି ମୋୟାବୀୟମାନଙ୍କ ବିରୁଦ୍ଧରେ ଯର୍ଦ୍ଦନ ଘାଟମାନ ହସ୍ତଗତ କରି କୌଣସି ଲୋକକୁ ପାର ହେବାକୁ ଦେଲେ ନାହିଁ।
29ସେତେବେଳେ ସେମାନେ ମୋୟାବର ଊଣାଧିକ ଦଶ ହଜାର ଲୋକଙ୍କୁ ବଧ କଲେ, ପ୍ରତ୍ୟେକେ ବୃହତକାୟ ଓ ବିକ୍ରମଶାଳୀ ଲୋକ ଥିଲା; କେହି ପଳାଇ ପାରିଲା ନାହିଁ।