4ଏମାନଙ୍କ ଦ୍ୱାରା ଇସ୍ରାଏଲକୁ ପରୀକ୍ଷା କରିବା ନିମନ୍ତେ, ଅର୍ଥାତ୍, ସଦାପ୍ରଭୁ ସେମାନଙ୍କ ପିତୃଲୋକଙ୍କୁ ମୋଶାଙ୍କ ଦ୍ୱାରା ଯେ ଯେ ଆଜ୍ଞା ଆଦେଶ କରିଥିଲେ, ତାହାସବୁ ସେମାନେ ଶୁଣିବେ କି ନାହିଁ, ଏହା ଜାଣିବା ନିମନ୍ତେ, ଅବଶିଷ୍ଟ ରଖାଗଲେ।
5ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ହିତ୍ତୀୟ ଓ ଇମୋରୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଓ କିଣାନୀୟ ଲୋକମାନଙ୍କ ମଧ୍ୟରେ ବାସ କଲେ।
6ପୁଣି ସେମାନେ ସେମାନଙ୍କ କନ୍ୟାଗଣଙ୍କୁ ଆପଣାମାନଙ୍କର ଭାର୍ଯ୍ୟା ରୂପେ ଗ୍ରହଣ କଲେ ଓ ଆପଣା ଆପଣା କନ୍ୟାମାନଙ୍କୁ ସେମାନଙ୍କ ପୁତ୍ରଗଣଙ୍କୁ ବିବାହ କରିବା ନିମନ୍ତେ ଦେଲେ, ଆଉ ସେମାନଙ୍କ ଦେବତାମାନଙ୍କର ସେବା କଲେ।
7ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କୁ ପାସୋରି ବାଲ୍ ଦେବଗଣର ଓ ଆଶେରା ଦେବୀଗଣର ସେବା କଲେ।
8ତହିଁରେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଅରାମନହରୟିମ୍ର ରାଜା କୂଶନ୍-ରିଶୀୟାଥୟିମ୍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ତହୁଁ ଇସ୍ରାଏଲ-ସନ୍ତାନଗଣ ଆଠ ବର୍ଷ ପର୍ଯ୍ୟନ୍ତ ସେହି କୂଶନ୍-ରିଶୀୟାଥୟିମ୍ର ସେବା କଲେ।