5ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ହିତ୍ତୀୟ ଓ ଇମୋରୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଓ କିଣାନୀୟ ଲୋକମାନଙ୍କ ମଧ୍ୟରେ ବାସ କଲେ।
6ପୁଣି ସେମାନେ ସେମାନଙ୍କ କନ୍ୟାଗଣଙ୍କୁ ଆପଣାମାନଙ୍କର ଭାର୍ଯ୍ୟା ରୂପେ ଗ୍ରହଣ କଲେ ଓ ଆପଣା ଆପଣା କନ୍ୟାମାନଙ୍କୁ ସେମାନଙ୍କ ପୁତ୍ରଗଣଙ୍କୁ ବିବାହ କରିବା ନିମନ୍ତେ ଦେଲେ, ଆଉ ସେମାନଙ୍କ ଦେବତାମାନଙ୍କର ସେବା କଲେ।
7ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କୁ ପାସୋରି ବାଲ୍ ଦେବଗଣର ଓ ଆଶେରା ଦେବୀଗଣର ସେବା କଲେ।
8ତହିଁରେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଅରାମନହରୟିମ୍ର ରାଜା କୂଶନ୍-ରିଶୀୟାଥୟିମ୍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ତହୁଁ ଇସ୍ରାଏଲ-ସନ୍ତାନଗଣ ଆଠ ବର୍ଷ ପର୍ଯ୍ୟନ୍ତ ସେହି କୂଶନ୍-ରିଶୀୟାଥୟିମ୍ର ସେବା କଲେ।
9ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ପାଇଁ କାଲେବଙ୍କର କନିଷ୍ଠ ଭ୍ରାତା କନସର ପୁତ୍ର ଅତ୍ନୀୟେଲଙ୍କୁ ଉଦ୍ଧାରକର୍ତ୍ତା ରୂପେ ଉତ୍ଥାପନ କଲେ ଓ ସେ ସେମାନଙ୍କୁ ଉଦ୍ଧାର କଲେ।