ବିଚାରକର୍ତ୍ତା 3

ତହିଁରେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଅରାମନହରୟିମ୍‍ର ରାଜା କୂଶନ୍-ରିଶୀୟାଥୟିମ୍‍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ତହୁଁ ଇସ୍ରାଏଲ-ସନ୍ତାନଗଣ ଆଠ ବର୍ଷ ପର୍ଯ୍ୟନ୍ତ ସେହି କୂଶନ୍‍-ରିଶୀୟାଥୟିମ୍‍ର ସେବା କଲେ।

Judges 3:8 (UKJV) Therefore the anger of the LORD was hot against Israel, and he sold them into the hand of Chushanrishathaim king of Mesopotamia: and the children of Israel served Chushanrishathaim eight years.

6ପୁଣି ସେମାନେ ସେମାନଙ୍କ କନ୍ୟାଗଣଙ୍କୁ ଆପଣାମାନଙ୍କର ଭାର୍ଯ୍ୟା ରୂପେ ଗ୍ରହଣ କଲେ ଓ ଆପଣା ଆପଣା କନ୍ୟାମାନଙ୍କୁ ସେମାନଙ୍କ ପୁତ୍ରଗଣଙ୍କୁ ବିବାହ କରିବା ନିମନ୍ତେ ଦେଲେ, ଆଉ ସେମାନଙ୍କ ଦେବତାମାନଙ୍କର ସେବା କଲେ।

7ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କୁ ପାସୋରି ବାଲ୍‍ ଦେବଗଣର ଓ ଆଶେରା ଦେବୀଗଣର ସେବା କଲେ।

8ତହିଁରେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଅରାମନହରୟିମ୍‍ର ରାଜା କୂଶନ୍-ରିଶୀୟାଥୟିମ୍‍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ତହୁଁ ଇସ୍ରାଏଲ-ସନ୍ତାନଗଣ ଆଠ ବର୍ଷ ପର୍ଯ୍ୟନ୍ତ ସେହି କୂଶନ୍‍-ରିଶୀୟାଥୟିମ୍‍ର ସେବା କଲେ।

9ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ପାଇଁ କାଲେବଙ୍କର କନିଷ୍ଠ ଭ୍ରାତା କନସର ପୁତ୍ର ଅତ୍ନୀୟେଲଙ୍କୁ ଉଦ୍ଧାରକର୍ତ୍ତା ରୂପେ ଉତ୍ଥାପନ କଲେ ଓ ସେ ସେମାନଙ୍କୁ ଉଦ୍ଧାର କଲେ।

10ପୁଣି ସଦାପ୍ରଭୁଙ୍କର ଆତ୍ମା ତାଙ୍କଠାରେ ଅଧିଷ୍ଠିତ ହୁଅନ୍ତେ, ସେ ଇସ୍ରାଏଲର ବିଚାର କଲେ ଓ ସେ ଯୁଦ୍ଧ କରିବା ନିମନ୍ତେ ବାହାରିଲେ, ଆଉ ସଦାପ୍ରଭୁ ସେହି ଅରାମୀୟ ରାଜା କୂଶନ୍‍-ରିଶୀୟାଥୟିମ୍‍କୁ ତାହା ହସ୍ତରେ ସମର୍ପଣ କଲେ; ପୁଣି କୂଶନ୍‍-ରିଶୀୟାଥୟିମ୍‍ ଉପରେ ତାହାର ହସ୍ତ ପ୍ରବଳ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.