ବିଚାରକର୍ତ୍ତା 4

ପୁଣି ବାରକ୍‍, ସବୂଲୂନ ଓ ନପ୍ତାଲିକି ଏକତ୍ର କେଦଶକୁ ଡକାଇଲା; ଏରୂପେ ସେ ଦଶ ହଜାର ପଦାତିକ ସୈନ୍ୟ ଆପଣା ସଙ୍ଗରେ ଘେନି ଯାତ୍ରା କଲା ଓ ଦବୋରା ତାହା ସଙ୍ଗେ ଗଲେ।

Judges 4:10 (UKJV) And Barak called Zebulun and Naphtali to Kedesh; and he went up with ten thousand men at his feet: and Deborah went up with him.

8ତହୁଁ ବାରକ୍‍ ଦବୋରାଙ୍କୁ କହିଲା, “ତୁମ୍ଭେ ଯେବେ ମୋʼ ସଙ୍ଗେ ଯିବ, ତେବେ ମୁଁ ଯିବି; ମାତ୍ର ତୁମ୍ଭେ ମୋʼ ସଙ୍ଗେ ନ ଗଲେ, ମୁଁ ଯିବି ନାହିଁ।”

9ତେବେ ସେ କହିଲେ, “ମୁଁ ନିଶ୍ଚୟ ତୁମ୍ଭ ସଙ୍ଗେ ଯିବି; ତଥାପି ଏହି ଯାତ୍ରାରେ ତୁମ୍ଭର ଯଶ ହେବ ନାହିଁ; କାରଣ ସଦାପ୍ରଭୁ ସୀଷରାକୁ ଏକ ସ୍ତ୍ରୀ ହସ୍ତରେ ବିକ୍ରୟ କରିବେ।” ଏଉତ୍ତାରେ ଦବୋରା ଉଠି ବାରକ୍‍ ସଙ୍ଗରେ କେଦଶକୁ ଗଲେ।

10ପୁଣି ବାରକ୍‍, ସବୂଲୂନ ଓ ନପ୍ତାଲିକି ଏକତ୍ର କେଦଶକୁ ଡକାଇଲା; ଏରୂପେ ସେ ଦଶ ହଜାର ପଦାତିକ ସୈନ୍ୟ ଆପଣା ସଙ୍ଗରେ ଘେନି ଯାତ୍ରା କଲା ଓ ଦବୋରା ତାହା ସଙ୍ଗେ ଗଲେ।

11ସେସମୟରେ କେନୀୟ ହେବର କେନୀୟମାନଙ୍କଠାରୁ, ଅର୍ଥାତ୍‍, ମୋଶାଙ୍କ ପତ୍ନୀ-ଭ୍ରାତା ହୋବବ୍‍ର ସନ୍ତାନମାନଙ୍କଠାରୁ ପୃଥକ ହୋଇ କେଦଶ ନିକଟବର୍ତ୍ତୀ ସାନନ୍ନୀମରେ ଥିବା ଅଲୋନ ବୃକ୍ଷ ପର୍ଯ୍ୟନ୍ତ ତମ୍ବୁ ସ୍ଥାପନ କରିଥିଲା।

12ଲୋକମାନେ ସୀଷରାକୁ କହିଲେ ଯେ, ବାରକ୍‍ (ଅବୀନୋୟମର ପୁତ୍ର) ତାବୋର ପର୍ବତ ଉପରକୁ ଯାଇଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.