10ପୁଣି ବାରକ୍, ସବୂଲୂନ ଓ ନପ୍ତାଲିକି ଏକତ୍ର କେଦଶକୁ ଡକାଇଲା; ଏରୂପେ ସେ ଦଶ ହଜାର ପଦାତିକ ସୈନ୍ୟ ଆପଣା ସଙ୍ଗରେ ଘେନି ଯାତ୍ରା କଲା ଓ ଦବୋରା ତାହା ସଙ୍ଗେ ଗଲେ।
11ସେସମୟରେ କେନୀୟ ହେବର କେନୀୟମାନଙ୍କଠାରୁ, ଅର୍ଥାତ୍, ମୋଶାଙ୍କ ପତ୍ନୀ-ଭ୍ରାତା ହୋବବ୍ର ସନ୍ତାନମାନଙ୍କଠାରୁ ପୃଥକ ହୋଇ କେଦଶ ନିକଟବର୍ତ୍ତୀ ସାନନ୍ନୀମରେ ଥିବା ଅଲୋନ ବୃକ୍ଷ ପର୍ଯ୍ୟନ୍ତ ତମ୍ବୁ ସ୍ଥାପନ କରିଥିଲା।
12ଲୋକମାନେ ସୀଷରାକୁ କହିଲେ ଯେ, ବାରକ୍ (ଅବୀନୋୟମର ପୁତ୍ର) ତାବୋର ପର୍ବତ ଉପରକୁ ଯାଇଅଛି।
13ତହିଁରେ ସୀଷରା ଆପଣାର ନଅ ଶହ ଲୌହରଥଯାକ ଓ ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍ଠାରୁ କୀଶୋନ୍ ନଦୀ ପର୍ଯ୍ୟନ୍ତ ଆପଣା ସଙ୍ଗୀ ସମସ୍ତ ଲୋକଙ୍କୁ ଏକତ୍ର କଲା।
14ସେତେବେଳେ ଦବୋରା ବାରକ୍କୁ କହିଲେ, “ଉଠ, କାରଣ ଆଜି ସଦାପ୍ରଭୁ ସୀଷରାକୁ ତୁମ୍ଭ ହସ୍ତରେ ସମର୍ପଣ କରିବାର ଦିନ; ସଦାପ୍ରଭୁ କି ତୁମ୍ଭର ଅଗ୍ରଗାମୀ ହୋଇଯାଇ ନାହାନ୍ତି?” ତହିଁରେ ବାରକ୍ ଓ ତାହା ପଛେ ଦଶ ହଜାର ଲୋକ ତାବୋର ପର୍ବତରୁ ଓହ୍ଲାଇ ଗଲେ।