12ଲୋକମାନେ ସୀଷରାକୁ କହିଲେ ଯେ, ବାରକ୍ (ଅବୀନୋୟମର ପୁତ୍ର) ତାବୋର ପର୍ବତ ଉପରକୁ ଯାଇଅଛି।
13ତହିଁରେ ସୀଷରା ଆପଣାର ନଅ ଶହ ଲୌହରଥଯାକ ଓ ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍ଠାରୁ କୀଶୋନ୍ ନଦୀ ପର୍ଯ୍ୟନ୍ତ ଆପଣା ସଙ୍ଗୀ ସମସ୍ତ ଲୋକଙ୍କୁ ଏକତ୍ର କଲା।
14ସେତେବେଳେ ଦବୋରା ବାରକ୍କୁ କହିଲେ, “ଉଠ, କାରଣ ଆଜି ସଦାପ୍ରଭୁ ସୀଷରାକୁ ତୁମ୍ଭ ହସ୍ତରେ ସମର୍ପଣ କରିବାର ଦିନ; ସଦାପ୍ରଭୁ କି ତୁମ୍ଭର ଅଗ୍ରଗାମୀ ହୋଇଯାଇ ନାହାନ୍ତି?” ତହିଁରେ ବାରକ୍ ଓ ତାହା ପଛେ ଦଶ ହଜାର ଲୋକ ତାବୋର ପର୍ବତରୁ ଓହ୍ଲାଇ ଗଲେ।
15ତହୁଁ ସଦାପ୍ରଭୁ ବାରକ୍ ସମ୍ମୁଖରେ ସୀଷରାକୁ ଓ ତାହାର ସମସ୍ତ ରଥ ଓ ତାହାର ସୈନ୍ୟସମୂହକୁ ଖଡ୍ଗଧାରରେ ଅସ୍ତବ୍ୟସ୍ତ କଲେ; ଏଥିରେ ସୀଷରା ରଥରୁ ଓହ୍ଲାଇ ପାଦଗତିରେ ପଳାଇଲା।
16ମାତ୍ର ବାରକ୍ ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍ ପର୍ଯ୍ୟନ୍ତ ସମସ୍ତ ରଥ ଓ ସୈନ୍ୟ ପଛେ ପଛେ ଗୋଡ଼ାଇଲା; ତହିଁରେ ସୀଷରାର ସମସ୍ତ ସୈନ୍ୟ ଖଡ୍ଗଧାରରେ ପତିତ ହେଲେ; ଜଣେ ହେଁ ଅବଶିଷ୍ଟ ରହିଲା ନାହିଁ।