ବିଚାରକର୍ତ୍ତା 4

ତହୁଁ ସଦାପ୍ରଭୁ ବାରକ୍‍ ସମ୍ମୁଖରେ ସୀଷରାକୁ ଓ ତାହାର ସମସ୍ତ ରଥ ଓ ତାହାର ସୈନ୍ୟସମୂହକୁ ଖଡ୍ଗଧାରରେ ଅସ୍ତବ୍ୟସ୍ତ କଲେ; ଏଥିରେ ସୀଷରା ରଥରୁ ଓହ୍ଲାଇ ପାଦଗତିରେ ପଳାଇଲା।

Judges 4:15 (UKJV) And the LORD humiliated Sisera, and all his chariots, and all his host, with the edge of the sword before Barak; so that Sisera lighted down off his chariot, and fled away on his feet.

13ତହିଁରେ ସୀଷରା ଆପଣାର ନଅ ଶହ ଲୌହରଥଯାକ ଓ ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍‍ଠାରୁ କୀଶୋନ୍‍ ନଦୀ ପର୍ଯ୍ୟନ୍ତ ଆପଣା ସଙ୍ଗୀ ସମସ୍ତ ଲୋକଙ୍କୁ ଏକତ୍ର କଲା।

14ସେତେବେଳେ ଦବୋରା ବାରକ୍‍କୁ କହିଲେ, “ଉଠ, କାରଣ ଆଜି ସଦାପ୍ରଭୁ ସୀଷରାକୁ ତୁମ୍ଭ ହସ୍ତରେ ସମର୍ପଣ କରିବାର ଦିନ; ସଦାପ୍ରଭୁ କି ତୁମ୍ଭର ଅଗ୍ରଗାମୀ ହୋଇଯାଇ ନାହାନ୍ତି?” ତହିଁରେ ବାରକ୍‍ ଓ ତାହା ପଛେ ଦଶ ହଜାର ଲୋକ ତାବୋର ପର୍ବତରୁ ଓହ୍ଲାଇ ଗଲେ।

15ତହୁଁ ସଦାପ୍ରଭୁ ବାରକ୍‍ ସମ୍ମୁଖରେ ସୀଷରାକୁ ଓ ତାହାର ସମସ୍ତ ରଥ ଓ ତାହାର ସୈନ୍ୟସମୂହକୁ ଖଡ୍ଗଧାରରେ ଅସ୍ତବ୍ୟସ୍ତ କଲେ; ଏଥିରେ ସୀଷରା ରଥରୁ ଓହ୍ଲାଇ ପାଦଗତିରେ ପଳାଇଲା।

16ମାତ୍ର ବାରକ୍‍ ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍‍ ପର୍ଯ୍ୟନ୍ତ ସମସ୍ତ ରଥ ଓ ସୈନ୍ୟ ପଛେ ପଛେ ଗୋଡ଼ାଇଲା; ତହିଁରେ ସୀଷରାର ସମସ୍ତ ସୈନ୍ୟ ଖଡ୍ଗଧାରରେ ପତିତ ହେଲେ; ଜଣେ ହେଁ ଅବଶିଷ୍ଟ ରହିଲା ନାହିଁ।

17ତଥାପି ସୀଷରା ପାଦଗତିରେ ପଳାଇ ସେହି କେନୀୟ ହେବରର ଭାର୍ଯ୍ୟା ଯାୟେଲର ତମ୍ବୁ ଆଡ଼କୁ ଗଲା; କାରଣ ସେସମୟରେ ହାସୋରର ରାଜା ଯାବୀନ୍‍ ଓ କେନୀୟ ହେବର-ବଂଶ ମଧ୍ୟରେ ଶାନ୍ତିଚୁକ୍ତି ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.