ବିଚାରକର୍ତ୍ତା 4

ଏଥିଉତ୍ତାରେ ହେବରର ଭାର୍ଯ୍ୟା ଯାୟେଲ ତମ୍ବୁର ଗୋଟିଏ ମେଖ ଓ ହାତୁଡ଼ି ହାତରେ ନେଇ ଧୀରେ ଧୀରେ ତାହା ପାଖକୁ ଯାଇ ତାହାର କର୍ଣ୍ଣମୂଳରେ ସେହି ମେଖ ମାରନ୍ତେ, ତାହା ଫୁଟି ଭୂମିକୁ ଗଲା; କାରଣ ସେ ଘୋର ନିଦ୍ରାରେ ଥିଲା; ତେଣୁ ସେ ମୂର୍ଚ୍ଛିତ ହୋଇ ମଲା।

Judges 4:21 (UKJV) Then Jael Heber's wife took a nail of the tent, and took an hammer in her hand, and went softly unto him, and stroke the nail into his temples, and fastened it into the ground: for he was fast asleep and weary. So he died.

19ସେତେବେଳେ ସୀଷରା ତାହାକୁ କହିଲା, “ମୋତେ ଟିକିଏ ଜଳ ପିଆଅନା;” ମୁଁ ତୃଷିତ ଅଟେ। ତହିଁରେ ସେ ଦୁଗ୍ଧକୁମ୍ପା ଫିଟାଇ ପାନ କରିବାକୁ ଦେଇ ତାକୁ ଘୋଡ଼ାଇ ରଖିଲା।

20ଏଉତ୍ତାରେ ସୀଷରା ତାହାକୁ କହିଲା, “ତୁମ୍ଭେ ତମ୍ବୁ ଦ୍ୱାରରେ ଛିଡ଼ା ହୋଇଥାଅ, ଯେବେ କେହି ଆସି ତୁମ୍ଭକୁ ପଚାରି କହେ, ‘ଏଠାରେ କୌଣସି ମନୁଷ୍ୟ ଅଛି କି?’ ତେବେ ତୁମ୍ଭେ କହିବ, ‘କେହି ନାହିଁ।’”

21ଏଥିଉତ୍ତାରେ ହେବରର ଭାର୍ଯ୍ୟା ଯାୟେଲ ତମ୍ବୁର ଗୋଟିଏ ମେଖ ଓ ହାତୁଡ଼ି ହାତରେ ନେଇ ଧୀରେ ଧୀରେ ତାହା ପାଖକୁ ଯାଇ ତାହାର କର୍ଣ୍ଣମୂଳରେ ସେହି ମେଖ ମାରନ୍ତେ, ତାହା ଫୁଟି ଭୂମିକୁ ଗଲା; କାରଣ ସେ ଘୋର ନିଦ୍ରାରେ ଥିଲା; ତେଣୁ ସେ ମୂର୍ଚ୍ଛିତ ହୋଇ ମଲା।

22ଆଉ ଦେଖ, ବାରକ୍‍ ସୀଷରାର ପଛେ ପଛେ ଗୋଡ଼ାଉ ଗୋଡ଼ାଉ ଯାୟେଲ ତାହାକୁ ଭେଟିବା ପାଇଁ ବାହାରକୁ ଯାଇ କହିଲା, “ଆସ, ତୁମ୍ଭେ ଯାହାକୁ ଖୋଜୁଅଛ, ମୁଁ ସେହି ମନୁଷ୍ୟକୁ ଦେଖାଇବି।” ତହିଁରେ ସେ ତାହା ନିକଟକୁ ଆସିଲା; ଆଉ ଦେଖ, ସୀଷରା ମୃତ ହୋଇ ପଡ଼ିଅଛି, ଆଉ ତାହାର କର୍ଣ୍ଣ ମୂଳ ଭିତରେ ତମ୍ବୁ ମେଖ ରହିଅଛି।

23ଏହିରୂପେ ପରମେଶ୍ୱର ସେହି ଦିନ କିଣାନୀୟ ରାଜା ଯାବୀନ୍‍ଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ନତ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.