21ଏଥିଉତ୍ତାରେ ହେବରର ଭାର୍ଯ୍ୟା ଯାୟେଲ ତମ୍ବୁର ଗୋଟିଏ ମେଖ ଓ ହାତୁଡ଼ି ହାତରେ ନେଇ ଧୀରେ ଧୀରେ ତାହା ପାଖକୁ ଯାଇ ତାହାର କର୍ଣ୍ଣମୂଳରେ ସେହି ମେଖ ମାରନ୍ତେ, ତାହା ଫୁଟି ଭୂମିକୁ ଗଲା; କାରଣ ସେ ଘୋର ନିଦ୍ରାରେ ଥିଲା; ତେଣୁ ସେ ମୂର୍ଚ୍ଛିତ ହୋଇ ମଲା।
22ଆଉ ଦେଖ, ବାରକ୍ ସୀଷରାର ପଛେ ପଛେ ଗୋଡ଼ାଉ ଗୋଡ଼ାଉ ଯାୟେଲ ତାହାକୁ ଭେଟିବା ପାଇଁ ବାହାରକୁ ଯାଇ କହିଲା, “ଆସ, ତୁମ୍ଭେ ଯାହାକୁ ଖୋଜୁଅଛ, ମୁଁ ସେହି ମନୁଷ୍ୟକୁ ଦେଖାଇବି।” ତହିଁରେ ସେ ତାହା ନିକଟକୁ ଆସିଲା; ଆଉ ଦେଖ, ସୀଷରା ମୃତ ହୋଇ ପଡ଼ିଅଛି, ଆଉ ତାହାର କର୍ଣ୍ଣ ମୂଳ ଭିତରେ ତମ୍ବୁ ମେଖ ରହିଅଛି।
23ଏହିରୂପେ ପରମେଶ୍ୱର ସେହି ଦିନ କିଣାନୀୟ ରାଜା ଯାବୀନ୍ଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ନତ କଲେ।
24ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ କିଣାନୀୟ ରାଜା ଯାବୀନ୍ଙ୍କୁ ସଂହାର କରିବା ପର୍ଯ୍ୟନ୍ତ ସେହି କିଣାନୀୟ ରାଜା ଯାବୀନ୍ ବିରୁଦ୍ଧରେ ସେମାନଙ୍କ ହସ୍ତ ଆହୁରି ଆହୁରି ପ୍ରବଳ ହେଲା।