1ଏଥିଉତ୍ତାରେ ଏହୂଦଙ୍କର ମୃତ୍ୟୁୁ ପରେ, ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ।
2ତହିଁରେ ସଦାପ୍ରଭୁ ହାସୋରରେ ରାଜତ୍ୱକାରୀ କିଣାନୀୟ ରାଜା ଯାବୀନ୍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍-ନିବାସୀ ସୀଷରା ତାହାର ସେନାପତି ଥିଲା।
3ଏଥିରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ; କାରଣ ତାହାର ନଅ ଶହ ଲୌହ ରଥ ଥିଲା; ପୁଣି ସେ କୋଡ଼ିଏ ବର୍ଷ ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ପ୍ରତି ଶୋଷଣ ଓ କଠୋର ଅତ୍ୟାଚାର କଲା।
4ସେସମୟରେ ଲପ୍ପିଦୋତର ଭାର୍ଯ୍ୟା ଦବୋରା ଭବିଷ୍ୟଦ୍ବକ୍ତ୍ରୀ ଇସ୍ରାଏଲର ବିଚାର କଲେ।
5ସେ ଇଫ୍ରୟିମର ପର୍ବତମୟ ଦେଶସ୍ଥିତ ରାମା ଓ ବେଥେଲ୍ ମଧ୍ୟରେ ଥିବା ଦବୋରା ନାମକ ଖର୍ଜ୍ଜୁର ବୃକ୍ଷ ମୂଳେ ବାସ କଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ବିଚାରାର୍ଥେ ତାହା ନିକଟକୁ ଗଲେ।