ବିଚାରକର୍ତ୍ତା 4

ସେ ଇଫ୍ରୟିମର ପର୍ବତମୟ ଦେଶସ୍ଥିତ ରାମା ଓ ବେଥେଲ୍‍ ମଧ୍ୟରେ ଥିବା ଦବୋରା ନାମକ ଖର୍ଜ୍ଜୁର ବୃକ୍ଷ ମୂଳେ ବାସ କଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ବିଚାରାର୍ଥେ ତାହା ନିକଟକୁ ଗଲେ।

Judges 4:5 (UKJV) And she dwelt under the palm tree of Deborah between Ramah and Bethel in mount Ephraim: and the children of Israel came up to her for judgment.

3ଏଥିରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ; କାରଣ ତାହାର ନଅ ଶହ ଲୌହ ରଥ ଥିଲା; ପୁଣି ସେ କୋଡ଼ିଏ ବର୍ଷ ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ପ୍ରତି ଶୋଷଣ ଓ କଠୋର ଅତ୍ୟାଚାର କଲା।

4ସେସମୟରେ ଲପ୍ପିଦୋତର ଭାର୍ଯ୍ୟା ଦବୋରା ଭବିଷ୍ୟଦ୍‍ବକ୍ତ୍ରୀ ଇସ୍ରାଏଲର ବିଚାର କଲେ।

5ସେ ଇଫ୍ରୟିମର ପର୍ବତମୟ ଦେଶସ୍ଥିତ ରାମା ଓ ବେଥେଲ୍‍ ମଧ୍ୟରେ ଥିବା ଦବୋରା ନାମକ ଖର୍ଜ୍ଜୁର ବୃକ୍ଷ ମୂଳେ ବାସ କଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ବିଚାରାର୍ଥେ ତାହା ନିକଟକୁ ଗଲେ।

6ଆଉ ସେ ଲୋକ ପଠାଇ କେଦଶ-ନପ୍ତାଲିରୁ ଅବୀନୋୟମର ପୁତ୍ର ବାରକ୍‍କୁ ଡକାଇ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କି ଆଜ୍ଞା ଦେଇ କହି ନାହାନ୍ତି, ଯେ ତାବୋର ପର୍ବତକୁ ଯାଅ, ପୁଣି ଆପଣା ସଙ୍ଗେ ନପ୍ତାଲି-ସନ୍ତାନ ଓ ସବୂଲୂନ-ସନ୍ତାନଗଣର ଦଶ ହଜାର ଲୋକଙ୍କୁ କଢ଼ାଇ ନିଅ?

7ତହିଁରେ ଆମ୍ଭେ ଯାବୀନ୍‍ର ସେନାପତି ସୀଷରାକୁ ଓ ତାହାର ରଥ ଓ ଜନତାକୁ କୀଶୋନ୍‍ ନଦୀ ନିକଟକୁ ତୁମ୍ଭ ନିକଟକୁ କଢ଼ାଇ ଆଣିବା ଓ ଆମ୍ଭେ ତାହାକୁ ତୁମ୍ଭ ହସ୍ତରେ ସମର୍ପଣ କରିବା।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.