ବିଚାରକର୍ତ୍ତା 4

ତହୁଁ ବାରକ୍‍ ଦବୋରାଙ୍କୁ କହିଲା, “ତୁମ୍ଭେ ଯେବେ ମୋʼ ସଙ୍ଗେ ଯିବ, ତେବେ ମୁଁ ଯିବି; ମାତ୍ର ତୁମ୍ଭେ ମୋʼ ସଙ୍ଗେ ନ ଗଲେ, ମୁଁ ଯିବି ନାହିଁ।”

Judges 4:8 (UKJV) And Barak said unto her, If you will go with me, then I will go: but if you will not go with me, then I will not go.

6ଆଉ ସେ ଲୋକ ପଠାଇ କେଦଶ-ନପ୍ତାଲିରୁ ଅବୀନୋୟମର ପୁତ୍ର ବାରକ୍‍କୁ ଡକାଇ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କି ଆଜ୍ଞା ଦେଇ କହି ନାହାନ୍ତି, ଯେ ତାବୋର ପର୍ବତକୁ ଯାଅ, ପୁଣି ଆପଣା ସଙ୍ଗେ ନପ୍ତାଲି-ସନ୍ତାନ ଓ ସବୂଲୂନ-ସନ୍ତାନଗଣର ଦଶ ହଜାର ଲୋକଙ୍କୁ କଢ଼ାଇ ନିଅ?

7ତହିଁରେ ଆମ୍ଭେ ଯାବୀନ୍‍ର ସେନାପତି ସୀଷରାକୁ ଓ ତାହାର ରଥ ଓ ଜନତାକୁ କୀଶୋନ୍‍ ନଦୀ ନିକଟକୁ ତୁମ୍ଭ ନିକଟକୁ କଢ଼ାଇ ଆଣିବା ଓ ଆମ୍ଭେ ତାହାକୁ ତୁମ୍ଭ ହସ୍ତରେ ସମର୍ପଣ କରିବା।”

8ତହୁଁ ବାରକ୍‍ ଦବୋରାଙ୍କୁ କହିଲା, “ତୁମ୍ଭେ ଯେବେ ମୋʼ ସଙ୍ଗେ ଯିବ, ତେବେ ମୁଁ ଯିବି; ମାତ୍ର ତୁମ୍ଭେ ମୋʼ ସଙ୍ଗେ ନ ଗଲେ, ମୁଁ ଯିବି ନାହିଁ।”

9ତେବେ ସେ କହିଲେ, “ମୁଁ ନିଶ୍ଚୟ ତୁମ୍ଭ ସଙ୍ଗେ ଯିବି; ତଥାପି ଏହି ଯାତ୍ରାରେ ତୁମ୍ଭର ଯଶ ହେବ ନାହିଁ; କାରଣ ସଦାପ୍ରଭୁ ସୀଷରାକୁ ଏକ ସ୍ତ୍ରୀ ହସ୍ତରେ ବିକ୍ରୟ କରିବେ।” ଏଉତ୍ତାରେ ଦବୋରା ଉଠି ବାରକ୍‍ ସଙ୍ଗରେ କେଦଶକୁ ଗଲେ।

10ପୁଣି ବାରକ୍‍, ସବୂଲୂନ ଓ ନପ୍ତାଲିକି ଏକତ୍ର କେଦଶକୁ ଡକାଇଲା; ଏରୂପେ ସେ ଦଶ ହଜାର ପଦାତିକ ସୈନ୍ୟ ଆପଣା ସଙ୍ଗରେ ଘେନି ଯାତ୍ରା କଲା ଓ ଦବୋରା ତାହା ସଙ୍ଗେ ଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.