7ତହିଁରେ ଆମ୍ଭେ ଯାବୀନ୍ର ସେନାପତି ସୀଷରାକୁ ଓ ତାହାର ରଥ ଓ ଜନତାକୁ କୀଶୋନ୍ ନଦୀ ନିକଟକୁ ତୁମ୍ଭ ନିକଟକୁ କଢ଼ାଇ ଆଣିବା ଓ ଆମ୍ଭେ ତାହାକୁ ତୁମ୍ଭ ହସ୍ତରେ ସମର୍ପଣ କରିବା।”
8ତହୁଁ ବାରକ୍ ଦବୋରାଙ୍କୁ କହିଲା, “ତୁମ୍ଭେ ଯେବେ ମୋʼ ସଙ୍ଗେ ଯିବ, ତେବେ ମୁଁ ଯିବି; ମାତ୍ର ତୁମ୍ଭେ ମୋʼ ସଙ୍ଗେ ନ ଗଲେ, ମୁଁ ଯିବି ନାହିଁ।”
9ତେବେ ସେ କହିଲେ, “ମୁଁ ନିଶ୍ଚୟ ତୁମ୍ଭ ସଙ୍ଗେ ଯିବି; ତଥାପି ଏହି ଯାତ୍ରାରେ ତୁମ୍ଭର ଯଶ ହେବ ନାହିଁ; କାରଣ ସଦାପ୍ରଭୁ ସୀଷରାକୁ ଏକ ସ୍ତ୍ରୀ ହସ୍ତରେ ବିକ୍ରୟ କରିବେ।” ଏଉତ୍ତାରେ ଦବୋରା ଉଠି ବାରକ୍ ସଙ୍ଗରେ କେଦଶକୁ ଗଲେ।
10ପୁଣି ବାରକ୍, ସବୂଲୂନ ଓ ନପ୍ତାଲିକି ଏକତ୍ର କେଦଶକୁ ଡକାଇଲା; ଏରୂପେ ସେ ଦଶ ହଜାର ପଦାତିକ ସୈନ୍ୟ ଆପଣା ସଙ୍ଗରେ ଘେନି ଯାତ୍ରା କଲା ଓ ଦବୋରା ତାହା ସଙ୍ଗେ ଗଲେ।
11ସେସମୟରେ କେନୀୟ ହେବର କେନୀୟମାନଙ୍କଠାରୁ, ଅର୍ଥାତ୍, ମୋଶାଙ୍କ ପତ୍ନୀ-ଭ୍ରାତା ହୋବବ୍ର ସନ୍ତାନମାନଙ୍କଠାରୁ ପୃଥକ ହୋଇ କେଦଶ ନିକଟବର୍ତ୍ତୀ ସାନନ୍ନୀମରେ ଥିବା ଅଲୋନ ବୃକ୍ଷ ପର୍ଯ୍ୟନ୍ତ ତମ୍ବୁ ସ୍ଥାପନ କରିଥିଲା।