11ଧନୁର୍ଦ୍ଧରମାନଙ୍କ ଶବ୍ଦରୁ ଦୂରରେ, ଜଳକଢ଼ା ସ୍ଥଳମାନରେ, ଲୋକମାନେ ସଦାପ୍ରଭୁଙ୍କ ଧର୍ମକ୍ରିୟା ଓ ଇସ୍ରାଏଲ ମଧ୍ୟରେ ତାହାଙ୍କ ଶାସନ ସମ୍ବନ୍ଧୀୟ ଧର୍ମକ୍ରିୟା ସଂକୀର୍ତ୍ତନ କରିବେ। ସେସମୟରେ ସଦାପ୍ରଭୁଙ୍କ ଲୋକମାନେ ନଗରଦ୍ୱାରରୁ ଓହ୍ଲାଇ ଆସିଲେ।
12ହେ ଦବୋରେ, ଜାଗ, ଜାଗ; ଜାଗ, ଜାଗ, ଗୀତ ଗାନ କର; ହେ ବାରକ୍, ଉଠ; ହେ ଅବୀନୋୟମର ପୁତ୍ର, ଆପଣା ବନ୍ଦୀଗଣକୁ ବନ୍ଦୀସ୍ଥାନକୁ ନେଇଯାଅ।
13ତହୁଁ ପ୍ରଧାନମାନଙ୍କ ମଧ୍ୟରୁ ଅବଶିଷ୍ଟ ଥୋକାଏ ଓ ଲୋକମାନେ ଓହ୍ଲାଇ ଆସିଲେ, ସଦାପ୍ରଭୁ ଆମ୍ଭର ସପକ୍ଷ ହୋଇ ସେହି ବୀରମାନଙ୍କ ବିରୁଦ୍ଧରେ ଓହ୍ଲାଇ ଆସିଲେ।
14ଅମାଲେକ (ଦେଶ)ରେ ଯେଉଁମାନଙ୍କର ମୂଳ ଥିଲା, ସେମାନେ ଇଫ୍ରୟିମରୁ ଆସିଲେ; ତୁମ୍ଭ ପଛେ ବିନ୍ୟାମୀନ୍ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଥିଲା; ମାଖୀରଠାରୁ ଶାସନକର୍ତ୍ତାମାନେ ଓ ସବୂଲୂନଠାରୁ ସୈନ୍ୟଗଣନାକାରୀ ଦଣ୍ଡଧରମାନେ ଓହ୍ଲାଇ ଆସିଲେ।
15ପୁଣି ଇଷାଖରର ଅଧିପତିମାନେ ଦବୋରା ସଙ୍ଗେ ଥିଲେ; ଯେପରି ଇଷାଖର, ସେପରି ବାରକ୍ ଥିଲା; ସେମାନେ ତଳଭୂମିରେ ତାହାର ଗୋଡ଼େ ଗୋଡ଼େ ମାଡ଼ିଗଲେ। ରୁବେନ୍ ସ୍ରୋତସମୂହ ନିକଟରେ ଗୁରୁତର ମନୋଭାବନା ହେଲା।