16ତୁମ୍ଭେ କାହିଁକି ମେଷଶାଳା ମଧ୍ୟରେ ବସିଲ, କି ମେଷପଲ ନିକଟରେ ବଂଶୀନାଦ ଶୁଣିବାକୁ? ରୁବେନ୍ର ସ୍ରୋତସମୂହ ନିକଟରେ ଗୁରୁତର ମନୋଭାବନା ହେଲା।
17ଗିଲୀୟଦ ଯର୍ଦ୍ଦନ ସେପାରିରେ ବାସ କଲା, ଆଉ ଦାନ୍ କାହିଁକି ଜାହାଜରେ ରହିଲା? ଆଶେର ସମୁଦ୍ର ତୀରରେ ବସି ରହିଲା ଓ ଆପଣା ବନ୍ଦର ନିକଟରେ ବାସ କଲା।
18ସବୂଲୂନ ମରଣ ପର୍ଯ୍ୟନ୍ତ ପ୍ରାଣପଣକାରୀ ଲୋକ ହେଲା। ଆଉ ନପ୍ତାଲି (ଯୁଦ୍ଧ) କ୍ଷେତ୍ରର ଉଚ୍ଚସ୍ଥାନ ଉପରେ (ପ୍ରାଣପଣ କଲା)।
19ରାଜାମାନେ ଆସି ଯୁଦ୍ଧ କଲେ; ତହୁଁ କିଣାନର ରାଜାଗଣ ମଗିଦ୍ଦୋର ଜଳତୀରସ୍ଥ ତାନକ୍ରେ ଯୁଦ୍ଧ କଲେ, ସେମାନେ କିଛି ରୂପା ଲାଭ କଲେ ନାହିଁ।
20ତାରାଗଣ ଆକାଶରୁ ଯୁଦ୍ଧ କଲେ, ସେମାନେ ଆପଣା ଆପଣା ପଥରେ ସୀଷରା ବିରୁଦ୍ଧରେ ଯୁଦ୍ଧ କଲେ।