ବିଚାରକର୍ତ୍ତା 5

ରାଜାମାନେ ଆସି ଯୁଦ୍ଧ କଲେ; ତହୁଁ କିଣାନର ରାଜାଗଣ ମଗିଦ୍ଦୋର ଜଳତୀରସ୍ଥ ତାନକ୍‍‍ରେ ଯୁଦ୍ଧ କଲେ, ସେମାନେ କିଛି ରୂପା ଲାଭ କଲେ ନାହିଁ।

Judges 5:19 (UKJV) The kings came and fought, then fought the kings of Canaan in Taanach by the waters of Megiddo; they took no gain of money.

17ଗିଲୀୟଦ ଯର୍ଦ୍ଦନ ସେପାରିରେ ବାସ କଲା, ଆଉ ଦାନ୍ କାହିଁକି ଜାହାଜରେ ରହିଲା? ଆଶେର ସମୁଦ୍ର ତୀରରେ ବସି ରହିଲା ଓ ଆପଣା ବନ୍ଦର ନିକଟରେ ବାସ କଲା।

18ସବୂଲୂନ ମରଣ ପର୍ଯ୍ୟନ୍ତ ପ୍ରାଣପଣକାରୀ ଲୋକ ହେଲା। ଆଉ ନପ୍ତାଲି (ଯୁଦ୍ଧ) କ୍ଷେତ୍ରର ଉଚ୍ଚସ୍ଥାନ ଉପରେ (ପ୍ରାଣପଣ କଲା)।

19ରାଜାମାନେ ଆସି ଯୁଦ୍ଧ କଲେ; ତହୁଁ କିଣାନର ରାଜାଗଣ ମଗିଦ୍ଦୋର ଜଳତୀରସ୍ଥ ତାନକ୍‍‍ରେ ଯୁଦ୍ଧ କଲେ, ସେମାନେ କିଛି ରୂପା ଲାଭ କଲେ ନାହିଁ।

20ତାରାଗଣ ଆକାଶରୁ ଯୁଦ୍ଧ କଲେ, ସେମାନେ ଆପଣା ଆପଣା ପଥରେ ସୀଷରା ବିରୁଦ୍ଧରେ ଯୁଦ୍ଧ କଲେ।

21କିଶୋନ୍‍-ନଦୀ, ସେ ପୁରାତନ ନଦୀ, ସେହି କୀଶୋନ୍‍ ନଦୀ ସୀଷରାକୁ ଓ ତାହାର ରଥ ଓ ଜନତାକୁ ଭସାଇ ନେଲା। ହେ ମୋହର ପ୍ରାଣ, ତୁମ୍ଭେ ବଳରେ ଅଗ୍ରସର ହୁଅ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.