1ସେହି ଦିନ ଦବୋରା ଓ ଅବୀନୋୟମର ପୁତ୍ର ବାରକ୍ ଗାୟନ କରି କହିଲେ:
2“ଇସ୍ରାଏଲ ମଧ୍ୟରେ ଅଗ୍ରଗାମୀମାନେ ଅଗ୍ରସର ହେଲେ, ଲୋକମାନେ ସ୍ୱେଚ୍ଛାରେ ଆପଣା ଆପଣାକୁ ଉତ୍ସର୍ଗ କଲେ, ଏଥିପାଇଁ ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର!
3ହେ ରାଜାଗଣ, ଶୁଣ; ହେ ଭୂପତିଗଣ, କର୍ଣ୍ଣ ଡେର; ମୁଁ, ମୁଁ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି; ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରଶଂସା ଗାନ କରିବି।
4ହେ ସଦାପ୍ରଭୁ, ତୁମ୍ଭେ ସେୟୀରରୁ ବାହାରିବା ବେଳେ, ତୁମ୍ଭେ ଇଦୋମ କ୍ଷେତ୍ରରୁ ଯାତ୍ରା କରିବା ବେଳେ ପୃଥିବୀ କମ୍ପିଲା, ଆକାଶ ମଧ୍ୟ ବିନ୍ଦୁପାତ କଲା, ହଁ, ମେଘମାଳା ଜଳପାତ କଲା।