18ସବୂଲୂନ ମରଣ ପର୍ଯ୍ୟନ୍ତ ପ୍ରାଣପଣକାରୀ ଲୋକ ହେଲା। ଆଉ ନପ୍ତାଲି (ଯୁଦ୍ଧ) କ୍ଷେତ୍ରର ଉଚ୍ଚସ୍ଥାନ ଉପରେ (ପ୍ରାଣପଣ କଲା)।
19ରାଜାମାନେ ଆସି ଯୁଦ୍ଧ କଲେ; ତହୁଁ କିଣାନର ରାଜାଗଣ ମଗିଦ୍ଦୋର ଜଳତୀରସ୍ଥ ତାନକ୍ରେ ଯୁଦ୍ଧ କଲେ, ସେମାନେ କିଛି ରୂପା ଲାଭ କଲେ ନାହିଁ।
20ତାରାଗଣ ଆକାଶରୁ ଯୁଦ୍ଧ କଲେ, ସେମାନେ ଆପଣା ଆପଣା ପଥରେ ସୀଷରା ବିରୁଦ୍ଧରେ ଯୁଦ୍ଧ କଲେ।
21କିଶୋନ୍-ନଦୀ, ସେ ପୁରାତନ ନଦୀ, ସେହି କୀଶୋନ୍ ନଦୀ ସୀଷରାକୁ ଓ ତାହାର ରଥ ଓ ଜନତାକୁ ଭସାଇ ନେଲା। ହେ ମୋହର ପ୍ରାଣ, ତୁମ୍ଭେ ବଳରେ ଅଗ୍ରସର ହୁଅ।
22ସେତେବେଳେ ଅଶ୍ୱମାନଙ୍କ ଖୁରା ଭୂମି ମନ୍ଥି ପକାଇଲା, ଯେହେତୁ ସେମାନେ କୁଦା ମାରିଲେ, ସେମାନଙ୍କ ବଳିଷ୍ଠମାନେ କୁଦା ମାରିଲେ।