ବିଚାରକର୍ତ୍ତା 5

କିଶୋନ୍‍-ନଦୀ, ସେ ପୁରାତନ ନଦୀ, ସେହି କୀଶୋନ୍‍ ନଦୀ ସୀଷରାକୁ ଓ ତାହାର ରଥ ଓ ଜନତାକୁ ଭସାଇ ନେଲା। ହେ ମୋହର ପ୍ରାଣ, ତୁମ୍ଭେ ବଳରେ ଅଗ୍ରସର ହୁଅ।

Judges 5:21 (UKJV) The river of Kishon swept them away, that ancient river, the river Kishon. O my soul, you have trodden down strength.

19ରାଜାମାନେ ଆସି ଯୁଦ୍ଧ କଲେ; ତହୁଁ କିଣାନର ରାଜାଗଣ ମଗିଦ୍ଦୋର ଜଳତୀରସ୍ଥ ତାନକ୍‍‍ରେ ଯୁଦ୍ଧ କଲେ, ସେମାନେ କିଛି ରୂପା ଲାଭ କଲେ ନାହିଁ।

20ତାରାଗଣ ଆକାଶରୁ ଯୁଦ୍ଧ କଲେ, ସେମାନେ ଆପଣା ଆପଣା ପଥରେ ସୀଷରା ବିରୁଦ୍ଧରେ ଯୁଦ୍ଧ କଲେ।

21କିଶୋନ୍‍-ନଦୀ, ସେ ପୁରାତନ ନଦୀ, ସେହି କୀଶୋନ୍‍ ନଦୀ ସୀଷରାକୁ ଓ ତାହାର ରଥ ଓ ଜନତାକୁ ଭସାଇ ନେଲା। ହେ ମୋହର ପ୍ରାଣ, ତୁମ୍ଭେ ବଳରେ ଅଗ୍ରସର ହୁଅ।

22ସେତେବେଳେ ଅଶ୍ୱମାନଙ୍କ ଖୁରା ଭୂମି ମନ୍ଥି ପକାଇଲା, ଯେହେତୁ ସେମାନେ କୁଦା ମାରିଲେ, ସେମାନଙ୍କ ବଳିଷ୍ଠମାନେ କୁଦା ମାରିଲେ।

23ସଦାପ୍ରଭୁଙ୍କ ଦୂତ କହିଲେ, ‘ତୁମ୍ଭେମାନେ ମେରୋସକୁ ଶାପ ଦିଅ,’ ‘ତୁମ୍ଭେମାନେ ତହିଁ ନିବାସୀମାନଙ୍କୁ ଦାରୁଣ ଶାପ ଦିଅ; କାରଣ ସେମାନେ ସଦାପ୍ରଭୁଙ୍କ ସାହାଯ୍ୟକୁ, ବୀରମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ ସାହାଯ୍ୟକୁ ଆସିଲେ ନାହିଁ।’

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.