ବିଚାରକର୍ତ୍ତା 5

ସୀଷରା ଜଳ ମାଗନ୍ତେ, ସେ ତାହାକୁ ଦୁଗ୍ଧ ଦେଲା; ସେ ରାଜୋପଯୁକ୍ତ ପାତ୍ରରେ ଦଧି ଆଣି ତାହାକୁ ଦେଲା।

Judges 5:25 (UKJV) He asked water, and she gave him milk; she brought forth butter in a lordly dish.

23ସଦାପ୍ରଭୁଙ୍କ ଦୂତ କହିଲେ, ‘ତୁମ୍ଭେମାନେ ମେରୋସକୁ ଶାପ ଦିଅ,’ ‘ତୁମ୍ଭେମାନେ ତହିଁ ନିବାସୀମାନଙ୍କୁ ଦାରୁଣ ଶାପ ଦିଅ; କାରଣ ସେମାନେ ସଦାପ୍ରଭୁଙ୍କ ସାହାଯ୍ୟକୁ, ବୀରମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ ସାହାଯ୍ୟକୁ ଆସିଲେ ନାହିଁ।’

24ସ୍ତ୍ରୀମାନଙ୍କ ମଧ୍ୟରେ କେନୀୟ ହେବରର ଭାର୍ଯ୍ୟା ଯାୟେଲ ଧନ୍ୟ ହେବ, ତମ୍ବୁନିବାସୀ ସ୍ତ୍ରୀମାନଙ୍କ ମଧ୍ୟରେ ସେ ଧନ୍ୟ ହେବ।

25ସୀଷରା ଜଳ ମାଗନ୍ତେ, ସେ ତାହାକୁ ଦୁଗ୍ଧ ଦେଲା; ସେ ରାଜୋପଯୁକ୍ତ ପାତ୍ରରେ ଦଧି ଆଣି ତାହାକୁ ଦେଲା।

26ସେ ତମ୍ବୁ ମେଖ ଧରିବାକୁ ଆପଣା ହସ୍ତ ଓ କାରିଗରର ପିଟଣା ଧରିବାକୁ ଆପଣା ଦକ୍ଷିଣ ହସ୍ତ ବଢ଼ାଇଲା; ସେ ସୀଷରାକୁ ପିଟିଲା, ସେ ତାହାର ମସ୍ତକ ବିନ୍ଧି ପକାଇଲା, ହଁ, ସେ ତାହାର କର୍ଣ୍ଣମୂଳ ଫୋଡ଼ି ଭେଦ କଲା।

27ସେହି ସ୍ତ୍ରୀର ପାଦ ତଳେ ସେ ନଇଁଲା, ସେ ପଡ଼ିଲା, ସେ ଶୋଇଲା; ସେହି ସ୍ତ୍ରୀର ପାଦ ତଳେ ସେ ନଇଁଲା, ସେ ପଡ଼ିଲା; ଯେଉଁଠାରେ ସେ ନଇଁଲା, ସେହିଠାରେ ସେ ହତ ହୋଇ ପଡ଼ିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.