ବିଚାରକର୍ତ୍ତା 5

ତାହାର ଜ୍ଞାନବତୀ ସହଚରୀମାନେ ତାହାକୁ ଉତ୍ତର ଦେଲେ, ହଁ, ସେ ମଧ୍ୟ ଆପେ ଆପଣାକୁ ଉତ୍ତର ଦେଇ କହିଲା,

Judges 5:29 (UKJV) Her wise ladies answered her, yea, she returned answer to herself,

27ସେହି ସ୍ତ୍ରୀର ପାଦ ତଳେ ସେ ନଇଁଲା, ସେ ପଡ଼ିଲା, ସେ ଶୋଇଲା; ସେହି ସ୍ତ୍ରୀର ପାଦ ତଳେ ସେ ନଇଁଲା, ସେ ପଡ଼ିଲା; ଯେଉଁଠାରେ ସେ ନଇଁଲା, ସେହିଠାରେ ସେ ହତ ହୋଇ ପଡ଼ିଲା।

28ସୀଷରାର ମାତା ଝରକା ଦେଇ ଚାହିଁ ଚାହିଁ ଡାକି କହିଲା, ସେ ଜାଲି ପରଦା ଦେଇ ଡାକି କହିଲା, ‘ତାହାର ରଥ ଆସିବାକୁ କାହିଁକି ଏତେ ବିଳମ୍ବ କରୁଛି? ତାହାର ରଥଚକ୍ର କାହିଁକି ପଛେ ପଡ଼ୁଅଛି?’

29ତାହାର ଜ୍ଞାନବତୀ ସହଚରୀମାନେ ତାହାକୁ ଉତ୍ତର ଦେଲେ, ହଁ, ସେ ମଧ୍ୟ ଆପେ ଆପଣାକୁ ଉତ୍ତର ଦେଇ କହିଲା,

30‘ସେମାନେ କି ଲୁଟ ପାଇ ନାହାନ୍ତି, ସେମାନେ କି ବିଭାଗ କରି ନାହାନ୍ତି? ପ୍ରତ୍ୟେକ ପୁରୁଷ ପାଇଁ ଏକ କାମିନୀ, କିମ୍ବା ଦୁଇ କାମିନୀ; ସୀଷରା ପାଇଁ ନାନା ବର୍ଣ୍ଣର ଲୁଟ, ନାନା ବର୍ଣ୍ଣର ସୂଚିକର୍ମନିର୍ମିତ ଚିତ୍ରିତ ବସ୍ତ୍ରର ଲୁଟ, ଲୁଟିତମାନଙ୍କ ଗଳାରୁ ଦୁଇ ପାଖରେ ସୂଚିକର୍ମନିର୍ମିତ ନାନା ରଙ୍ଗର ଚିତ୍ରିତ ବସ୍ତ୍ର।’

31ହେ ସଦାପ୍ରଭୋ, ତୁମ୍ଭର ସମସ୍ତ ଶତ୍ରୁ ଏହିରୂପେ ବିନଷ୍ଟ ହେଉନ୍ତୁ, ମାତ୍ର ତାହାଙ୍କ ପ୍ରେମକାରୀମାନେ ସ୍ୱପରାକ୍ରମରେ ଗତିକାରୀ ସୂର୍ଯ୍ୟ ତୁଲ୍ୟ ହେଉନ୍ତୁ।” ଏଥିଉତ୍ତାରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.