4ହେ ସଦାପ୍ରଭୁ, ତୁମ୍ଭେ ସେୟୀରରୁ ବାହାରିବା ବେଳେ, ତୁମ୍ଭେ ଇଦୋମ କ୍ଷେତ୍ରରୁ ଯାତ୍ରା କରିବା ବେଳେ ପୃଥିବୀ କମ୍ପିଲା, ଆକାଶ ମଧ୍ୟ ବିନ୍ଦୁପାତ କଲା, ହଁ, ମେଘମାଳା ଜଳପାତ କଲା।
5ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତମାନ କମ୍ପମାନ ହେଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସମ୍ମୁଖରେ ସୀନୟ ମଧ୍ୟ (କମ୍ପମାନ ହେଲା)
6ଅନାତ-ପୁତ୍ର ଶମ୍ଗର ସମୟରେ, ଯାୟେଲ ସମୟରେ ରାଜପଥସକଳ ଶୂନ୍ୟ ଥିଲା ଓ ପଥିକମାନେ ବକ୍ର ଉପପଥ ଦେଇ ଗମନ କଲେ।
7ଇସ୍ରାଏଲ ମଧ୍ୟରେ ଶାସନକର୍ତ୍ତୃଗଣ ଶୂନ୍ୟ ଥିଲେ, ମୁଁ ଦବୋରା ଉତ୍ପନ୍ନ ହେବା ପର୍ଯ୍ୟନ୍ତ, ମୁଁ ଇସ୍ରାଏଲ ମଧ୍ୟରେ ମାତୃ ତୁଲ୍ୟ ଉତ୍ପନ୍ନ ହେବା ପର୍ଯ୍ୟନ୍ତ ସେମାନେ ଶୂନ୍ୟ ଥିଲେ।
8ସେମାନେ ନୂତନ ଦେବତାମାନଙ୍କୁ ମନୋନୀତ କଲେ, ତେଣୁ ନଗର-ଦ୍ୱାରସବୁରେ ଯୁଦ୍ଧ ହେଲା; ଇସ୍ରାଏଲ ମଧ୍ୟରେ, ଚାଳିଶ ସହସ୍ର ଲୋକଙ୍କ ମଧ୍ୟରେ କି ଗୋଟିଏ ଢାଲ ଅବା ବର୍ଚ୍ଛା ଦେଖାଗଲା?