7ଇସ୍ରାଏଲ ମଧ୍ୟରେ ଶାସନକର୍ତ୍ତୃଗଣ ଶୂନ୍ୟ ଥିଲେ, ମୁଁ ଦବୋରା ଉତ୍ପନ୍ନ ହେବା ପର୍ଯ୍ୟନ୍ତ, ମୁଁ ଇସ୍ରାଏଲ ମଧ୍ୟରେ ମାତୃ ତୁଲ୍ୟ ଉତ୍ପନ୍ନ ହେବା ପର୍ଯ୍ୟନ୍ତ ସେମାନେ ଶୂନ୍ୟ ଥିଲେ।
8ସେମାନେ ନୂତନ ଦେବତାମାନଙ୍କୁ ମନୋନୀତ କଲେ, ତେଣୁ ନଗର-ଦ୍ୱାରସବୁରେ ଯୁଦ୍ଧ ହେଲା; ଇସ୍ରାଏଲ ମଧ୍ୟରେ, ଚାଳିଶ ସହସ୍ର ଲୋକଙ୍କ ମଧ୍ୟରେ କି ଗୋଟିଏ ଢାଲ ଅବା ବର୍ଚ୍ଛା ଦେଖାଗଲା?
9ମୋହର ହୃଦୟ ଇସ୍ରାଏଲର ଶାସନକର୍ତ୍ତାମାନଙ୍କ ଆଡ଼େ ଅଛି, ଯେଉଁମାନେ ସ୍ୱେଚ୍ଛାରେ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କୁ ଉତ୍ସର୍ଗ କଲେ। ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।
10ହେ ଶ୍ୱେତ ଗର୍ଦ୍ଦଭୀ-ଆରୋହୀମାନେ, ହେ ଗାଲିଚାରେ ବସିବା ଲୋକମାନେ ଓ ପଥରେ ଗମନକାରୀମାନେ, ତୁମ୍ଭେମାନେ ଗାନ କର।
11ଧନୁର୍ଦ୍ଧରମାନଙ୍କ ଶବ୍ଦରୁ ଦୂରରେ, ଜଳକଢ଼ା ସ୍ଥଳମାନରେ, ଲୋକମାନେ ସଦାପ୍ରଭୁଙ୍କ ଧର୍ମକ୍ରିୟା ଓ ଇସ୍ରାଏଲ ମଧ୍ୟରେ ତାହାଙ୍କ ଶାସନ ସମ୍ବନ୍ଧୀୟ ଧର୍ମକ୍ରିୟା ସଂକୀର୍ତ୍ତନ କରିବେ। ସେସମୟରେ ସଦାପ୍ରଭୁଙ୍କ ଲୋକମାନେ ନଗରଦ୍ୱାରରୁ ଓହ୍ଲାଇ ଆସିଲେ।