ବିଚାରକର୍ତ୍ତା 6

ପୁଣି ଆମ୍ଭେ ତୁମ୍ଭମାନଙ୍କୁ କହିଲୁ, ‘ଆମ୍ଭେ ହିଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର; ତୁମ୍ଭେମାନେ ଯେଉଁ ଇମୋରୀୟମାନଙ୍କ ଦେଶରେ ବାସ କରୁଅଛ, ସେମାନଙ୍କ ଦେବତାଗଣକୁ ଭୟ କରିବ ନାହିଁ;’ ମାତ୍ର ତୁମ୍ଭେମାନେ ଆମ୍ଭ ରବ ଶୁଣି ନାହଁ।”

Judges 6:10 (UKJV) And I said unto you, I am the LORD your God; fear not the gods of the Amorites, in whose land all of you dwell: but all of you have not obeyed my voice.

8ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ନିକଟକୁ ଏକ ଭବିଷ୍ୟଦ୍‍ବକ୍ତା ପ୍ରେରଣ କଲେ; ତହୁଁ ସେ ସେମାନଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ମିସରରୁ ଆଣିଲୁ ଓ ଦାସଗୃହରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲୁ;

9ପୁଣି ଆମ୍ଭେ ତୁମ୍ଭମାନଙ୍କୁ ମିସରୀୟମାନଙ୍କ ହସ୍ତରୁ ଓ ଯେଉଁମାନେ ତୁମ୍ଭମାନଙ୍କୁ ଉପଦ୍ରବ କଲେ, ସେ ସମସ୍ତଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେଲୁ, ଆଉ ସେମାନଙ୍କ ଦେଶ ତୁମ୍ଭମାନଙ୍କୁ ଦେଲୁ;

10ପୁଣି ଆମ୍ଭେ ତୁମ୍ଭମାନଙ୍କୁ କହିଲୁ, ‘ଆମ୍ଭେ ହିଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର; ତୁମ୍ଭେମାନେ ଯେଉଁ ଇମୋରୀୟମାନଙ୍କ ଦେଶରେ ବାସ କରୁଅଛ, ସେମାନଙ୍କ ଦେବତାଗଣକୁ ଭୟ କରିବ ନାହିଁ;’ ମାତ୍ର ତୁମ୍ଭେମାନେ ଆମ୍ଭ ରବ ଶୁଣି ନାହଁ।”

11ଏଥିଉତ୍ତାରେ ସଦାପ୍ରଭୁଙ୍କର ଦୂତ ଆସି ଅବୀୟେଷ୍ରୀୟ ଯୋୟାଶ୍‍ର ଅଧିକାରସ୍ଥ ଅଫ୍ରାରେ ଅଲୋନ ବୃକ୍ଷ ମୂଳରେ ବସିଲେ; ସେହି ସମୟରେ ତାହାର ପୁତ୍ର ଗିଦିୟୋନ୍‍ ମିଦୀୟନୀୟମାନଙ୍କଠାରୁ ଗହମ ଲୁଚାଇବା ପାଇଁ ଦ୍ରାକ୍ଷାରସ-କୁଣ୍ଡ ଭିତରେ ତାହା ମଳୁଥିଲେ।

12ତହିଁରେ ସଦାପ୍ରଭୁଙ୍କ ଦୂତ ତାହାକୁ ଦର୍ଶନ ଦେଇ କହିଲେ, “ହେ ମହାବିକ୍ରମଶାଳୀ ଲୋକ, ସଦାପ୍ରଭୁ ତୁମ୍ଭ ସଙ୍ଗେ ଅଛନ୍ତି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.