10ପୁଣି ଆମ୍ଭେ ତୁମ୍ଭମାନଙ୍କୁ କହିଲୁ, ‘ଆମ୍ଭେ ହିଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର; ତୁମ୍ଭେମାନେ ଯେଉଁ ଇମୋରୀୟମାନଙ୍କ ଦେଶରେ ବାସ କରୁଅଛ, ସେମାନଙ୍କ ଦେବତାଗଣକୁ ଭୟ କରିବ ନାହିଁ;’ ମାତ୍ର ତୁମ୍ଭେମାନେ ଆମ୍ଭ ରବ ଶୁଣି ନାହଁ।”
11ଏଥିଉତ୍ତାରେ ସଦାପ୍ରଭୁଙ୍କର ଦୂତ ଆସି ଅବୀୟେଷ୍ରୀୟ ଯୋୟାଶ୍ର ଅଧିକାରସ୍ଥ ଅଫ୍ରାରେ ଅଲୋନ ବୃକ୍ଷ ମୂଳରେ ବସିଲେ; ସେହି ସମୟରେ ତାହାର ପୁତ୍ର ଗିଦିୟୋନ୍ ମିଦୀୟନୀୟମାନଙ୍କଠାରୁ ଗହମ ଲୁଚାଇବା ପାଇଁ ଦ୍ରାକ୍ଷାରସ-କୁଣ୍ଡ ଭିତରେ ତାହା ମଳୁଥିଲେ।
12ତହିଁରେ ସଦାପ୍ରଭୁଙ୍କ ଦୂତ ତାହାକୁ ଦର୍ଶନ ଦେଇ କହିଲେ, “ହେ ମହାବିକ୍ରମଶାଳୀ ଲୋକ, ସଦାପ୍ରଭୁ ତୁମ୍ଭ ସଙ୍ଗେ ଅଛନ୍ତି।”
13ଏଥିରେ ଗିଦିୟୋନ୍ ତାହାଙ୍କୁ କହିଲେ, ହେ ମୋହର ପ୍ରଭୋ, ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗେ ଥାଆନ୍ତି, ତେବେ ଆମ୍ଭମାନଙ୍କ ପ୍ରତି ଏହିସବୁ ଘଟିଅଛି କାହିଁକି? ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ କି ମିସରରୁ ଆଣି ନାହାନ୍ତି, ଏହା କହି ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଆମ୍ଭମାନଙ୍କ ଆଗରେ ତାହାଙ୍କର ଯେସବୁ ଆଶ୍ଚର୍ଯ୍ୟକ୍ରିୟାର କୀର୍ତ୍ତନ କରିଥିଲେ, ସେସବୁ କାହିଁ? ମାତ୍ର ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ତ୍ୟାଗ କରିଅଛନ୍ତି ଓ ଆମ୍ଭମାନଙ୍କୁ ମିଦୀୟନର ହସ୍ତରେ ସମର୍ପଣ କରିଅଛନ୍ତି।
14ସେତେବେଳେ ସଦାପ୍ରଭୁ ତାଙ୍କୁ ଅନାଇ କହିଲେ, “ତୁମ୍ଭେ ଆପଣା ଏହି ବଳରେ ଯାଇ ମିଦୀୟନ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କର; ଆମ୍ଭେ କି ତୁମ୍ଭକୁ ପଠାଇ ନାହୁଁ?”