ବିଚାରକର୍ତ୍ତା 6

ଏଥିରେ ଗିଦିୟୋନ୍‍ ତାହାଙ୍କୁ କହିଲେ, ହେ ମୋହର ପ୍ରଭୋ, ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗେ ଥାଆନ୍ତି, ତେବେ ଆମ୍ଭମାନଙ୍କ ପ୍ରତି ଏହିସବୁ ଘଟିଅଛି କାହିଁକି? ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ କି ମିସରରୁ ଆଣି ନାହାନ୍ତି, ଏହା କହି ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଆମ୍ଭମାନଙ୍କ ଆଗରେ ତାହାଙ୍କର ଯେସବୁ ଆଶ୍ଚର୍ଯ୍ୟକ୍ରିୟାର କୀର୍ତ୍ତନ କରିଥିଲେ, ସେସବୁ କାହିଁ? ମାତ୍ର ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ତ୍ୟାଗ କରିଅଛନ୍ତି ଓ ଆମ୍ଭମାନଙ୍କୁ ମିଦୀୟନର ହସ୍ତରେ ସମର୍ପଣ କରିଅଛନ୍ତି।

Judges 6:13 (UKJV) And Gideon said unto him, Oh my Lord, if the LORD be with us, why then is all this befallen us? and where be all his miracles which our fathers told us of, saying, Did not the LORD bring us up from Egypt? but now the LORD has forsaken us, and delivered us into the hands of the Midianites.

11ଏଥିଉତ୍ତାରେ ସଦାପ୍ରଭୁଙ୍କର ଦୂତ ଆସି ଅବୀୟେଷ୍ରୀୟ ଯୋୟାଶ୍‍ର ଅଧିକାରସ୍ଥ ଅଫ୍ରାରେ ଅଲୋନ ବୃକ୍ଷ ମୂଳରେ ବସିଲେ; ସେହି ସମୟରେ ତାହାର ପୁତ୍ର ଗିଦିୟୋନ୍‍ ମିଦୀୟନୀୟମାନଙ୍କଠାରୁ ଗହମ ଲୁଚାଇବା ପାଇଁ ଦ୍ରାକ୍ଷାରସ-କୁଣ୍ଡ ଭିତରେ ତାହା ମଳୁଥିଲେ।

12ତହିଁରେ ସଦାପ୍ରଭୁଙ୍କ ଦୂତ ତାହାକୁ ଦର୍ଶନ ଦେଇ କହିଲେ, “ହେ ମହାବିକ୍ରମଶାଳୀ ଲୋକ, ସଦାପ୍ରଭୁ ତୁମ୍ଭ ସଙ୍ଗେ ଅଛନ୍ତି।”

13ଏଥିରେ ଗିଦିୟୋନ୍‍ ତାହାଙ୍କୁ କହିଲେ, ହେ ମୋହର ପ୍ରଭୋ, ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗେ ଥାଆନ୍ତି, ତେବେ ଆମ୍ଭମାନଙ୍କ ପ୍ରତି ଏହିସବୁ ଘଟିଅଛି କାହିଁକି? ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ କି ମିସରରୁ ଆଣି ନାହାନ୍ତି, ଏହା କହି ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଆମ୍ଭମାନଙ୍କ ଆଗରେ ତାହାଙ୍କର ଯେସବୁ ଆଶ୍ଚର୍ଯ୍ୟକ୍ରିୟାର କୀର୍ତ୍ତନ କରିଥିଲେ, ସେସବୁ କାହିଁ? ମାତ୍ର ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ତ୍ୟାଗ କରିଅଛନ୍ତି ଓ ଆମ୍ଭମାନଙ୍କୁ ମିଦୀୟନର ହସ୍ତରେ ସମର୍ପଣ କରିଅଛନ୍ତି।

14ସେତେବେଳେ ସଦାପ୍ରଭୁ ତାଙ୍କୁ ଅନାଇ କହିଲେ, “ତୁମ୍ଭେ ଆପଣା ଏହି ବଳରେ ଯାଇ ମିଦୀୟନ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କର; ଆମ୍ଭେ କି ତୁମ୍ଭକୁ ପଠାଇ ନାହୁଁ?”

15ତହୁଁ ସେ ତାହାଙ୍କୁ କହିଲେ, “ହେ ପ୍ରଭୋ, ମୁଁ କାହିଁରେ ଇସ୍ରାଏଲକୁ ଉଦ୍ଧାର କରିବି? ଦେଖ, ମନଃଶି (ବଂଶ) ମଧ୍ୟରେ ମୋହର ପରିବାର ସବୁଠାରୁ କ୍ଷୀଣ, ପୁଣି ମୋʼ ପିତୃଗୃହ ମଧ୍ୟରେ ମୁଁ ସବୁଠୁଁ କନିଷ୍ଠ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.