17ତହୁଁ ସେ ତାହାଙ୍କୁ କହିଲେ, “ଯେବେ ମୁଁ ଆପଣଙ୍କ ଦୃଷ୍ଟିରେ ଏବେ ଅନୁଗ୍ରହ ପାଇଲି, ତେବେ ଆପଣ ଯେ ମୋହର ସଙ୍ଗରେ କଥା କହୁଅଛନ୍ତି, ତହିଁର ଏକ ଚିହ୍ନ ମୋତେ ଦେଖାଉନ୍ତୁ।
18ବିନୟ କରୁଅଛି, ମୁଁ ଆପଣା ଭେଟି ଘେନିଆସି ଆପଣଙ୍କ ସମ୍ମୁଖରେ ଥୋଇବା ପର୍ଯ୍ୟନ୍ତ ଏ ସ୍ଥାନରୁ ପ୍ରସ୍ଥାନ କରନ୍ତୁ ନାହିଁ।” ତହିଁରେ ସେ କହିଲେ, “ତୁମ୍ଭେ ଫେରି ଆସିବା ଯାଏ ଆମ୍ଭେ ରହିବା।”
19ତହୁଁ ଗିଦିୟୋନ୍ ଭିତରକୁ ଯାଇ ଏକ ଛେଳିଛୁଆ ଓ ଏକ ଐଫା ମଇଦାର ତାଡ଼ିଶୂନ୍ୟ ପିଠା ପ୍ରସ୍ତୁତ କଲେ; ମାଂସ ଗୋଟିଏ ଡାଲାରେ ଓ ଝୋଳ ଗୋଟିଏ କହ୍ରାଇରେ ରଖି ବାହାରେ ତାହାଙ୍କ ନିକଟକୁ ଆଣି ଅଲୋନ ବୃକ୍ଷ ମୂଳେ ଥୋଇଲେ।
20ତହୁଁ ପରମେଶ୍ୱରଙ୍କ ଦୂତ ତାଙ୍କୁ କହିଲେ, “ଏହି ମାଂସ ଓ ତାଡ଼ିଶୂନ୍ୟ ପିଠାସବୁ ନେଇ ଏହି ଶୈଳ ଉପରେ ରଖ ଓ ତହିଁ ଉପରେ ଝୋଳ ଢାଳ;” ତହୁଁ ସେ ସେପରି କଲେ।
21ତେବେ ସଦାପ୍ରଭୁଙ୍କ ଦୂତ ଆପଣା ହସ୍ତସ୍ଥିତ ଯଷ୍ଟିର ଅଗ୍ର ବଢ଼ାଇ ସେହି ମାଂସ ଓ ତାଡ଼ିଶୂନ୍ୟ ପିଠା ସ୍ପର୍ଶ କଲେ; ଏଥିରେ ସେହି ଶୈଳରୁ ଅଗ୍ନି ବାହାରି ସେହି ମାଂସ ଓ ତାଡ଼ିଶୂନ୍ୟ ପିଠା ଦଗ୍ଧ କଲା; ତହୁଁ ସଦାପ୍ରଭୁଙ୍କ ଦୂତ ତାହାର ଦୃଷ୍ଟିଗୋଚରରୁ ପ୍ରସ୍ଥାନ କଲେ।