1ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ଇସ୍ରାଏଲ-ସନ୍ତାନଗଣ ତାହା କଲେ; ତହୁଁ ସଦାପ୍ରଭୁ ସେମାନଙ୍କୁ ସାତ ବର୍ଷ ପର୍ଯ୍ୟନ୍ତ ମିଦୀୟନୀୟମାନଙ୍କ ହସ୍ତରେ ସମର୍ପଣ କଲେ।
2ତେଣୁ ମିଦୀୟନୀୟମାନଙ୍କ ହସ୍ତ ଇସ୍ରାଏଲ ବିରୁଦ୍ଧରେ ପ୍ରବଳ ହେଲା; ପୁଣି ମିଦୀୟନୀୟମାନଙ୍କ ସକାଶୁ ଇସ୍ରାଏଲ-ସନ୍ତାନଗଣ ପର୍ବତସ୍ଥ ଗୋହିରୀ ଓ ଗୁମ୍ଫା ଓ ଦୁର୍ଗମ ସ୍ଥାନମାନଙ୍କରେ ବସା କଲେ।
3ତହୁଁ ଏହିପରି ହେଲା ଯେ, ଇସ୍ରାଏଲୀୟମାନେ ବୀଜ ବୁଣିଲେ ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ସେମାନଙ୍କ ବିରୁଦ୍ଧରେ ଚଢ଼ି ଆସନ୍ତି; ସେମାନେ ସେମାନଙ୍କ ବିରୁଦ୍ଧରେ ଚଢ଼ି ଆସି
4ସେମାନଙ୍କ ସମ୍ମୁଖରେ ଛାଉଣି କରି ଘସା ପର୍ଯ୍ୟନ୍ତ ଭୂମିଜାତ ଶସ୍ୟାଦି ବିନାଶ କରନ୍ତି, ପୁଣି ଇସ୍ରାଏଲଙ୍କ ମଧ୍ୟରେ ପ୍ରାଣ ବଞ୍ଚିବାର କୌଣସି ଉପାୟ, କି ମେଷ, କି ଗୋରୁ, କି ଗଧ, କିଛି ରଖନ୍ତି ନାହିଁ।