ବିଚାରକର୍ତ୍ତା 6

ତେବେ ସଦାପ୍ରଭୁଙ୍କ ଦୂତ ଆପଣା ହସ୍ତସ୍ଥିତ ଯଷ୍ଟିର ଅଗ୍ର ବଢ଼ାଇ ସେହି ମାଂସ ଓ ତାଡ଼ିଶୂନ୍ୟ ପିଠା ସ୍ପର୍ଶ କଲେ; ଏଥିରେ ସେହି ଶୈଳରୁ ଅଗ୍ନି ବାହାରି ସେହି ମାଂସ ଓ ତାଡ଼ିଶୂନ୍ୟ ପିଠା ଦଗ୍ଧ କଲା; ତହୁଁ ସଦାପ୍ରଭୁଙ୍କ ଦୂତ ତାହାର ଦୃଷ୍ଟିଗୋଚରରୁ ପ୍ରସ୍ଥାନ କଲେ।

Judges 6:21 (UKJV) Then the angel of the LORD put forth the end of the staff that was in his hand, and touched the flesh and the unleavened cakes; and there rose up fire out of the rock, and consumed the flesh and the unleavened cakes. Then the angel of the LORD departed out of his sight.

19ତହୁଁ ଗିଦିୟୋନ୍‍ ଭିତରକୁ ଯାଇ ଏକ ଛେଳିଛୁଆ ଓ ଏକ ଐଫା ମଇଦାର ତାଡ଼ିଶୂନ୍ୟ ପିଠା ପ୍ରସ୍ତୁତ କଲେ; ମାଂସ ଗୋଟିଏ ଡାଲାରେ ଓ ଝୋଳ ଗୋଟିଏ କହ୍ରାଇରେ ରଖି ବାହାରେ ତାହାଙ୍କ ନିକଟକୁ ଆଣି ଅଲୋନ ବୃକ୍ଷ ମୂଳେ ଥୋଇଲେ।

20ତହୁଁ ପରମେଶ୍ୱରଙ୍କ ଦୂତ ତାଙ୍କୁ କହିଲେ, “ଏହି ମାଂସ ଓ ତାଡ଼ିଶୂନ୍ୟ ପିଠାସବୁ ନେଇ ଏହି ଶୈଳ ଉପରେ ରଖ ଓ ତହିଁ ଉପରେ ଝୋଳ ଢାଳ;” ତହୁଁ ସେ ସେପରି କଲେ।

21ତେବେ ସଦାପ୍ରଭୁଙ୍କ ଦୂତ ଆପଣା ହସ୍ତସ୍ଥିତ ଯଷ୍ଟିର ଅଗ୍ର ବଢ଼ାଇ ସେହି ମାଂସ ଓ ତାଡ଼ିଶୂନ୍ୟ ପିଠା ସ୍ପର୍ଶ କଲେ; ଏଥିରେ ସେହି ଶୈଳରୁ ଅଗ୍ନି ବାହାରି ସେହି ମାଂସ ଓ ତାଡ଼ିଶୂନ୍ୟ ପିଠା ଦଗ୍ଧ କଲା; ତହୁଁ ସଦାପ୍ରଭୁଙ୍କ ଦୂତ ତାହାର ଦୃଷ୍ଟିଗୋଚରରୁ ପ୍ରସ୍ଥାନ କଲେ।

22ତହିଁରେ ସେ ଯେ ସଦାପ୍ରଭୁଙ୍କ ଦୂତ, ଏହା ଗିଦିୟୋନ୍‍ ବୁଝିଲେ; ପୁଣି ଗିଦିୟୋନ୍‍ କହିଲେ, “ହାୟ ହାୟ! ହେ ପ୍ରଭୋ ସଦାପ୍ରଭୋ, ମୁଁ ସମ୍ମୁଖାସମ୍ମୁଖୀ ହୋଇ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖିଲି।”

23ତହିଁରେ ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭର ଶାନ୍ତି ହେଉ; ଭୟ ନ କର; ତୁମ୍ଭେ ମରିବ ନାହିଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.