ବିଚାରକର୍ତ୍ତା 6

ତହିଁରେ ସେ ଯେ ସଦାପ୍ରଭୁଙ୍କ ଦୂତ, ଏହା ଗିଦିୟୋନ୍‍ ବୁଝିଲେ; ପୁଣି ଗିଦିୟୋନ୍‍ କହିଲେ, “ହାୟ ହାୟ! ହେ ପ୍ରଭୋ ସଦାପ୍ରଭୋ, ମୁଁ ସମ୍ମୁଖାସମ୍ମୁଖୀ ହୋଇ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖିଲି।”

Judges 6:22 (UKJV) And when Gideon perceived that he was an angel of the LORD, Gideon said, Alas, O LORD God! for because I have seen an angel of the LORD face to face.

20ତହୁଁ ପରମେଶ୍ୱରଙ୍କ ଦୂତ ତାଙ୍କୁ କହିଲେ, “ଏହି ମାଂସ ଓ ତାଡ଼ିଶୂନ୍ୟ ପିଠାସବୁ ନେଇ ଏହି ଶୈଳ ଉପରେ ରଖ ଓ ତହିଁ ଉପରେ ଝୋଳ ଢାଳ;” ତହୁଁ ସେ ସେପରି କଲେ।

21ତେବେ ସଦାପ୍ରଭୁଙ୍କ ଦୂତ ଆପଣା ହସ୍ତସ୍ଥିତ ଯଷ୍ଟିର ଅଗ୍ର ବଢ଼ାଇ ସେହି ମାଂସ ଓ ତାଡ଼ିଶୂନ୍ୟ ପିଠା ସ୍ପର୍ଶ କଲେ; ଏଥିରେ ସେହି ଶୈଳରୁ ଅଗ୍ନି ବାହାରି ସେହି ମାଂସ ଓ ତାଡ଼ିଶୂନ୍ୟ ପିଠା ଦଗ୍ଧ କଲା; ତହୁଁ ସଦାପ୍ରଭୁଙ୍କ ଦୂତ ତାହାର ଦୃଷ୍ଟିଗୋଚରରୁ ପ୍ରସ୍ଥାନ କଲେ।

22ତହିଁରେ ସେ ଯେ ସଦାପ୍ରଭୁଙ୍କ ଦୂତ, ଏହା ଗିଦିୟୋନ୍‍ ବୁଝିଲେ; ପୁଣି ଗିଦିୟୋନ୍‍ କହିଲେ, “ହାୟ ହାୟ! ହେ ପ୍ରଭୋ ସଦାପ୍ରଭୋ, ମୁଁ ସମ୍ମୁଖାସମ୍ମୁଖୀ ହୋଇ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖିଲି।”

23ତହିଁରେ ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭର ଶାନ୍ତି ହେଉ; ଭୟ ନ କର; ତୁମ୍ଭେ ମରିବ ନାହିଁ।”

24ତହୁଁ ଗିଦିୟୋନ୍‍ ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ, ତହିଁର ନାମ ଯିହୋବାଃ ଶାଲୋମ୍‍ ରଖିଲେ; ତାହା ଅବୀୟେଷ୍ରୀୟମାନଙ୍କ ଅଫ୍ରାରେ ଆଜି ପର୍ଯ୍ୟନ୍ତ ଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.