22ତହିଁରେ ସେ ଯେ ସଦାପ୍ରଭୁଙ୍କ ଦୂତ, ଏହା ଗିଦିୟୋନ୍ ବୁଝିଲେ; ପୁଣି ଗିଦିୟୋନ୍ କହିଲେ, “ହାୟ ହାୟ! ହେ ପ୍ରଭୋ ସଦାପ୍ରଭୋ, ମୁଁ ସମ୍ମୁଖାସମ୍ମୁଖୀ ହୋଇ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖିଲି।”
23ତହିଁରେ ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭର ଶାନ୍ତି ହେଉ; ଭୟ ନ କର; ତୁମ୍ଭେ ମରିବ ନାହିଁ।”
24ତହୁଁ ଗିଦିୟୋନ୍ ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ, ତହିଁର ନାମ ଯିହୋବାଃ ଶାଲୋମ୍ ରଖିଲେ; ତାହା ଅବୀୟେଷ୍ରୀୟମାନଙ୍କ ଅଫ୍ରାରେ ଆଜି ପର୍ଯ୍ୟନ୍ତ ଅଛି।
25ଏଥିଉତ୍ତାରେ ସେହି ରାତ୍ରିରେ ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ଆପଣା ପିତାର ଗୋବତ୍ସକୁ, ଅର୍ଥାତ୍, ସାତ ବର୍ଷର ଦ୍ୱିତୀୟ ଗୋବତ୍ସକୁ ନିଅ, ତୁମ୍ଭ ପିତାର ଥିବା ବାଲ୍ଦେବତାର ଯଜ୍ଞବେଦି ଭାଙ୍ଗି ପକାଅ ଓ ତନ୍ନିକଟସ୍ଥ ଆଶେରାର ମୂର୍ତ୍ତି କାଟି ପକାଅ;
26ପୁଣି ଏହି ଗଡ଼ ଉପରେ ରୀତି ଅନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କର, ଆଉ ତୁମ୍ଭେ ଯେଉଁ ଆଶେରାର ମୂର୍ତ୍ତି ଛେଦନ କରିବ, ତହିଁର କାଷ୍ଠ ନେଇ ସେହି ଦ୍ୱିତୀୟ ଗୋବତ୍ସକୁ ହୋମବଳି ରୂପେ ଉତ୍ସର୍ଗ କର।”