ବିଚାରକର୍ତ୍ତା 6

ପୁଣି ଏହି ଗଡ଼ ଉପରେ ରୀତି ଅନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କର, ଆଉ ତୁମ୍ଭେ ଯେଉଁ ଆଶେରାର ମୂର୍ତ୍ତି ଛେଦନ କରିବ, ତହିଁର କାଷ୍ଠ ନେଇ ସେହି ଦ୍ୱିତୀୟ ଗୋବତ୍ସକୁ ହୋମବଳି ରୂପେ ଉତ୍ସର୍ଗ କର।”

Judges 6:26 (UKJV) And build an altar unto the LORD your God upon the top of this rock, in the ordered place, and take the second bullock, and offer a burnt sacrifice with the wood of the grove which you shall cut down.

24ତହୁଁ ଗିଦିୟୋନ୍‍ ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ, ତହିଁର ନାମ ଯିହୋବାଃ ଶାଲୋମ୍‍ ରଖିଲେ; ତାହା ଅବୀୟେଷ୍ରୀୟମାନଙ୍କ ଅଫ୍ରାରେ ଆଜି ପର୍ଯ୍ୟନ୍ତ ଅଛି।

25ଏଥିଉତ୍ତାରେ ସେହି ରାତ୍ରିରେ ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ଆପଣା ପିତାର ଗୋବତ୍ସକୁ, ଅର୍ଥାତ୍‍, ସାତ ବର୍ଷର ଦ୍ୱିତୀୟ ଗୋବତ୍ସକୁ ନିଅ, ତୁମ୍ଭ ପିତାର ଥିବା ବାଲ୍‍ଦେବତାର ଯଜ୍ଞବେଦି ଭାଙ୍ଗି ପକାଅ ଓ ତନ୍ନିକଟସ୍ଥ ଆଶେରାର ମୂର୍ତ୍ତି କାଟି ପକାଅ;

26ପୁଣି ଏହି ଗଡ଼ ଉପରେ ରୀତି ଅନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କର, ଆଉ ତୁମ୍ଭେ ଯେଉଁ ଆଶେରାର ମୂର୍ତ୍ତି ଛେଦନ କରିବ, ତହିଁର କାଷ୍ଠ ନେଇ ସେହି ଦ୍ୱିତୀୟ ଗୋବତ୍ସକୁ ହୋମବଳି ରୂପେ ଉତ୍ସର୍ଗ କର।”

27ତହିଁରେ ଗିଦିୟୋନ୍‍ ଆପଣା ଦାସମାନଙ୍କ ମଧ୍ୟରୁ ଦଶଜଣଙ୍କୁ ସଙ୍ଗରେ ନେଲେ ଓ ସଦାପ୍ରଭୁ ଯେପରି କହିଥିଲେ, ସେପରି କଲେ, ମାତ୍ର ଆପଣା ପିତୃପରିବାର ଓ ନଗରସ୍ଥ ଲୋକମାନଙ୍କୁ ଭୟ କରିବାରୁ ସେ ଦିନ ବେଳେ ତାହା କରି ନ ପାରି ରାତ୍ରି ବେଳେ ତାହା କଲେ।

28ତହୁଁ ନଗରସ୍ଥ ଲୋକମାନେ ପ୍ରଭାତରେ ଉଠନ୍ତେ, ଦେଖ, ବାଲ୍‍ର ଯଜ୍ଞବେଦି ଭଙ୍ଗା ଓ ତନ୍ନିକଟସ୍ଥ ଆଶେରା ମୂର୍ତ୍ତି କଟା; ପୁଣି ନିର୍ମିତ ଯଜ୍ଞବେଦି ଉପରେ ସେହି ଦ୍ୱିତୀୟ ଗୋବତ୍ସର ଉତ୍ସର୍ଗ ହୋଇଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.