ବିଚାରକର୍ତ୍ତା 6

ତହୁଁ ନଗରସ୍ଥ ଲୋକମାନେ ପ୍ରଭାତରେ ଉଠନ୍ତେ, ଦେଖ, ବାଲ୍‍ର ଯଜ୍ଞବେଦି ଭଙ୍ଗା ଓ ତନ୍ନିକଟସ୍ଥ ଆଶେରା ମୂର୍ତ୍ତି କଟା; ପୁଣି ନିର୍ମିତ ଯଜ୍ଞବେଦି ଉପରେ ସେହି ଦ୍ୱିତୀୟ ଗୋବତ୍ସର ଉତ୍ସର୍ଗ ହୋଇଅଛି।

Judges 6:28 (UKJV) And when the men of the city arose early in the morning, behold, the altar of Baal was cast down, and the grove was cut down that was by it, and the second bullock was offered upon the altar that was built.

26ପୁଣି ଏହି ଗଡ଼ ଉପରେ ରୀତି ଅନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କର, ଆଉ ତୁମ୍ଭେ ଯେଉଁ ଆଶେରାର ମୂର୍ତ୍ତି ଛେଦନ କରିବ, ତହିଁର କାଷ୍ଠ ନେଇ ସେହି ଦ୍ୱିତୀୟ ଗୋବତ୍ସକୁ ହୋମବଳି ରୂପେ ଉତ୍ସର୍ଗ କର।”

27ତହିଁରେ ଗିଦିୟୋନ୍‍ ଆପଣା ଦାସମାନଙ୍କ ମଧ୍ୟରୁ ଦଶଜଣଙ୍କୁ ସଙ୍ଗରେ ନେଲେ ଓ ସଦାପ୍ରଭୁ ଯେପରି କହିଥିଲେ, ସେପରି କଲେ, ମାତ୍ର ଆପଣା ପିତୃପରିବାର ଓ ନଗରସ୍ଥ ଲୋକମାନଙ୍କୁ ଭୟ କରିବାରୁ ସେ ଦିନ ବେଳେ ତାହା କରି ନ ପାରି ରାତ୍ରି ବେଳେ ତାହା କଲେ।

28ତହୁଁ ନଗରସ୍ଥ ଲୋକମାନେ ପ୍ରଭାତରେ ଉଠନ୍ତେ, ଦେଖ, ବାଲ୍‍ର ଯଜ୍ଞବେଦି ଭଙ୍ଗା ଓ ତନ୍ନିକଟସ୍ଥ ଆଶେରା ମୂର୍ତ୍ତି କଟା; ପୁଣି ନିର୍ମିତ ଯଜ୍ଞବେଦି ଉପରେ ସେହି ଦ୍ୱିତୀୟ ଗୋବତ୍ସର ଉତ୍ସର୍ଗ ହୋଇଅଛି।

29ତହୁଁ ସେମାନେ ପରସ୍ପର କହିଲେ, “ଏ କଥା କିଏ କରିଅଛି;” ପୁଣି ସେମାନେ ପଚାରି ବୁଝି କହିଲେ, “ଯୋୟାଶ୍‍ର ପୁତ୍ର ଗିଦିୟୋନ୍‍ ଏ କଥା କରିଅଛି।”

30ତେବେ ନଗରସ୍ଥ ଲୋକମାନେ ଯୋୟାଶ୍‍କୁ କହିଲେ, “ତୁମ୍ଭ ପୁତ୍ରକୁ ବାହାର କରି ଆଣ, ସେ ହତ ହେବ; କାରଣ ସେ ବାଲ୍‍ର ଯଜ୍ଞବେଦି ଭାଙ୍ଗିଅଛି ଓ ତନ୍ନିକଟସ୍ଥ ଆଶେରା ମୂର୍ତ୍ତି କାଟି ପକାଇଅଛି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.