ବିଚାରକର୍ତ୍ତା 6

ଏହେତୁ ସେ ବାଲ୍‍ର ଯଜ୍ଞବେଦି ଭାଙ୍ଗିବାରୁ “ସେ ତାହା ପ୍ରତିକୂଳରେ ବିବାଦ କରୁ,” ଏହା କହି ତାହାର ପିତା ସେହି ଦିନ ଗିଦିୟୋନ୍‍ଙ୍କ ନାମ “ଯିରୁବ୍ବାଲ୍‍” (ବାଲ୍‍ ବିବାଦ କରୁ) ରଖିଲା।

Judges 6:32 (UKJV) Therefore on that day he called him Jerubbaal, saying, Let Baal plead against him, because he has thrown down his altar.

30ତେବେ ନଗରସ୍ଥ ଲୋକମାନେ ଯୋୟାଶ୍‍କୁ କହିଲେ, “ତୁମ୍ଭ ପୁତ୍ରକୁ ବାହାର କରି ଆଣ, ସେ ହତ ହେବ; କାରଣ ସେ ବାଲ୍‍ର ଯଜ୍ଞବେଦି ଭାଙ୍ଗିଅଛି ଓ ତନ୍ନିକଟସ୍ଥ ଆଶେରା ମୂର୍ତ୍ତି କାଟି ପକାଇଅଛି।”

31ତହିଁରେ ଯୋୟାଶ୍‍ ଆପଣା ପ୍ରତିକୂଳରେ ଠିଆ ହେବା ସମସ୍ତଙ୍କୁ କହିଲା, “ତୁମ୍ଭେମାନେ କି ବାଲ୍‍ ପକ୍ଷରେ ବିବାଦ କରିବ? ଅବା ତୁମ୍ଭେମାନେ କି ତାହାକୁ ଉଦ୍ଧାର କରିବ? ଯେ ତାହାର ପକ୍ଷରେ ବିବାଦ କରିବ, ଏହି ସକାଳ ଥାଉ ଥାଉ ତାହାର ପ୍ରାଣଦଣ୍ଡ ହେଉ; ଯେବେ ସେ ଦେବତା, ତେବେ ସେ ଆପଣା ପକ୍ଷରେ ଆପେ ବିବାଦ କରୁ, କାରଣ କେହି ତାହାର ଯଜ୍ଞବେଦି ଭାଙ୍ଗିଅଛି।”

32ଏହେତୁ ସେ ବାଲ୍‍ର ଯଜ୍ଞବେଦି ଭାଙ୍ଗିବାରୁ “ସେ ତାହା ପ୍ରତିକୂଳରେ ବିବାଦ କରୁ,” ଏହା କହି ତାହାର ପିତା ସେହି ଦିନ ଗିଦିୟୋନ୍‍ଙ୍କ ନାମ “ଯିରୁବ୍ବାଲ୍‍” (ବାଲ୍‍ ବିବାଦ କରୁ) ରଖିଲା।

33ସେସମୟରେ ସମସ୍ତ ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ଆପଣାମାନଙ୍କୁ ଏକତ୍ର କଲେ; ପୁଣି ସେମାନେ ପାର ହୋଇ ଯିଷ୍ରିୟେଲର ତଳଭୂମିରେ ଛାଉଣି କଲେ।

34ମାତ୍ର ସଦାପ୍ରଭୁଙ୍କ ଆତ୍ମା ଗିଦିୟୋନ୍‍ଙ୍କ ଉପରେ ଅଧିଷ୍ଠାନ କରନ୍ତେ, ସେ ତୂରୀ ବଜାଇଲେ; ତହିଁରେ ଅବୀୟେଷ୍ରୀୟ (ବଂଶ) ତାଙ୍କ ପଛେ ଏକତ୍ର ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.