ବିଚାରକର୍ତ୍ତା 6

ପୁଣି ସେ ମନଃଶି (ଦେଶର) ସର୍ବତ୍ର ଦୂତ ପଠାନ୍ତେ, ସେମାନେ ମଧ୍ୟ ତାହାର ପଛେ ଏକତ୍ର ହେଲେ, ତହୁଁ ସେ ଆଶେର ଓ ସବୂଲୂନ ଓ ନପ୍ତାଲି (ବଂଶ) ନିକଟକୁ ଦୂତ ପଠାନ୍ତେ, ସେମାନେ ସେମାନଙ୍କ ସଙ୍ଗେ ମିଳିବାକୁ ଆସିଲେ।

Judges 6:35 (UKJV) And he sent messengers throughout all Manasseh; who also was gathered after him: and he sent messengers unto Asher, and unto Zebulun, and unto Naphtali; and they came up to meet them.

33ସେସମୟରେ ସମସ୍ତ ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ଆପଣାମାନଙ୍କୁ ଏକତ୍ର କଲେ; ପୁଣି ସେମାନେ ପାର ହୋଇ ଯିଷ୍ରିୟେଲର ତଳଭୂମିରେ ଛାଉଣି କଲେ।

34ମାତ୍ର ସଦାପ୍ରଭୁଙ୍କ ଆତ୍ମା ଗିଦିୟୋନ୍‍ଙ୍କ ଉପରେ ଅଧିଷ୍ଠାନ କରନ୍ତେ, ସେ ତୂରୀ ବଜାଇଲେ; ତହିଁରେ ଅବୀୟେଷ୍ରୀୟ (ବଂଶ) ତାଙ୍କ ପଛେ ଏକତ୍ର ହେଲେ।

35ପୁଣି ସେ ମନଃଶି (ଦେଶର) ସର୍ବତ୍ର ଦୂତ ପଠାନ୍ତେ, ସେମାନେ ମଧ୍ୟ ତାହାର ପଛେ ଏକତ୍ର ହେଲେ, ତହୁଁ ସେ ଆଶେର ଓ ସବୂଲୂନ ଓ ନପ୍ତାଲି (ବଂଶ) ନିକଟକୁ ଦୂତ ପଠାନ୍ତେ, ସେମାନେ ସେମାନଙ୍କ ସଙ୍ଗେ ମିଳିବାକୁ ଆସିଲେ।

36ଏଉତ୍ତାରେ ଗିଦିୟୋନ୍‍ ପରମେଶ୍ୱରଙ୍କୁ କହିଲେ, “ଯେବେ ତୁମ୍ଭେ ଆପଣା ବାକ୍ୟ ପ୍ରମାଣେ ମୋʼ ହସ୍ତ ଦ୍ୱାରା ଇସ୍ରାଏଲକୁ ଉଦ୍ଧାର କରିବ,

37ତେବେ ଦେଖ, ମୁଁ ଖଳାରେ ଗଦାଏ ମେଷଲୋମ ରଖିବି; ଯେବେ କେବଳ ସେହି ଲୋମଗଦା ଉପରେ କାକର ପଡ଼େ ଓ ସମସ୍ତ ଭୂମି ଶୁଷ୍କ ରହେ, ତେବେ ତୁମ୍ଭେ ଆପଣା ବାକ୍ୟାନୁସାରେ ମୋʼ ହସ୍ତ ଦ୍ୱାରା ଇସ୍ରାଏଲକୁ ଉଦ୍ଧାର କରିବ ବୋଲି ମୁଁ ଜାଣିବି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.