ବିଚାରକର୍ତ୍ତା 6

ତହିଁରେ ସେରୂପ ହେଲା; ସେ ପରଦିନ ପ୍ରଭାତରେ ଉଠି ସେହି ଲୋମ ଏକତ୍ର ଚିପି କାକର ଚିପୁଡ଼ନ୍ତେ, ଲୋମରୁ ପୂର୍ଣ୍ଣ ଏକ ପାତ୍ର ଜଳ ବାହାରିଲା।

Judges 6:38 (UKJV) And it was so: for he rose up early on the next day, and thrust the fleece together, and wrung the dew out of the fleece, a bowl full of water.

36ଏଉତ୍ତାରେ ଗିଦିୟୋନ୍‍ ପରମେଶ୍ୱରଙ୍କୁ କହିଲେ, “ଯେବେ ତୁମ୍ଭେ ଆପଣା ବାକ୍ୟ ପ୍ରମାଣେ ମୋʼ ହସ୍ତ ଦ୍ୱାରା ଇସ୍ରାଏଲକୁ ଉଦ୍ଧାର କରିବ,

37ତେବେ ଦେଖ, ମୁଁ ଖଳାରେ ଗଦାଏ ମେଷଲୋମ ରଖିବି; ଯେବେ କେବଳ ସେହି ଲୋମଗଦା ଉପରେ କାକର ପଡ଼େ ଓ ସମସ୍ତ ଭୂମି ଶୁଷ୍କ ରହେ, ତେବେ ତୁମ୍ଭେ ଆପଣା ବାକ୍ୟାନୁସାରେ ମୋʼ ହସ୍ତ ଦ୍ୱାରା ଇସ୍ରାଏଲକୁ ଉଦ୍ଧାର କରିବ ବୋଲି ମୁଁ ଜାଣିବି।”

38ତହିଁରେ ସେରୂପ ହେଲା; ସେ ପରଦିନ ପ୍ରଭାତରେ ଉଠି ସେହି ଲୋମ ଏକତ୍ର ଚିପି କାକର ଚିପୁଡ଼ନ୍ତେ, ଲୋମରୁ ପୂର୍ଣ୍ଣ ଏକ ପାତ୍ର ଜଳ ବାହାରିଲା।

39ସେତେବେଳେ ଗିଦିୟୋନ୍‍ ପରମେଶ୍ୱରଙ୍କୁ କହିଲେ, “ମୋʼ ପ୍ରତିକୂଳରେ ତୁମ୍ଭର କ୍ରୋଧ ପ୍ରଜ୍ୱଳିତ ନ ହେଉ, ମୁଁ ଏହି ଥରକ ମାତ୍ର କହିବି; ବିନୟ କରୁଅଛି; ଏହି ଲୋମ ଦ୍ୱାରା ମୋତେ ଏହି ଥରକ ମାତ୍ର ପରୀକ୍ଷା ନେବାକୁ ଦିଅ; ବିନୟ କରୁଅଛି, କେବଳ ଲୋମ ଉପରେ ଶୁଷ୍କତା ହେଉ ଓ ସମସ୍ତ ଭୂମି ଉପରେ କାକର ପଡ଼ୁ।”

40ତହୁଁ ପରମେଶ୍ୱର ସେହି ରାତ୍ରି ସେରୂପ କଲେ; କେବଳ ଲୋମ ଉପରେ ଶୁଷ୍କତା ହେଲା ଓ ସମସ୍ତ ଭୂମିରେ କାକର ପଡ଼ିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.