38ତହିଁରେ ସେରୂପ ହେଲା; ସେ ପରଦିନ ପ୍ରଭାତରେ ଉଠି ସେହି ଲୋମ ଏକତ୍ର ଚିପି କାକର ଚିପୁଡ଼ନ୍ତେ, ଲୋମରୁ ପୂର୍ଣ୍ଣ ଏକ ପାତ୍ର ଜଳ ବାହାରିଲା।
39ସେତେବେଳେ ଗିଦିୟୋନ୍ ପରମେଶ୍ୱରଙ୍କୁ କହିଲେ, “ମୋʼ ପ୍ରତିକୂଳରେ ତୁମ୍ଭର କ୍ରୋଧ ପ୍ରଜ୍ୱଳିତ ନ ହେଉ, ମୁଁ ଏହି ଥରକ ମାତ୍ର କହିବି; ବିନୟ କରୁଅଛି; ଏହି ଲୋମ ଦ୍ୱାରା ମୋତେ ଏହି ଥରକ ମାତ୍ର ପରୀକ୍ଷା ନେବାକୁ ଦିଅ; ବିନୟ କରୁଅଛି, କେବଳ ଲୋମ ଉପରେ ଶୁଷ୍କତା ହେଉ ଓ ସମସ୍ତ ଭୂମି ଉପରେ କାକର ପଡ଼ୁ।”
40ତହୁଁ ପରମେଶ୍ୱର ସେହି ରାତ୍ରି ସେରୂପ କଲେ; କେବଳ ଲୋମ ଉପରେ ଶୁଷ୍କତା ହେଲା ଓ ସମସ୍ତ ଭୂମିରେ କାକର ପଡ଼ିଲା।