5କାରଣ ସେମାନେ ଆପଣା ଆପଣା ପଶୁ ଓ ତମ୍ବୁ ଘେନି ଚଢ଼ି ଆସନ୍ତି, ସେମାନେ ପଙ୍ଗପାଳ ପରି ବହୁସଂଖ୍ୟକ ହୋଇ ଆସନ୍ତି, ସେମାନେ ଓ ସେମାନଙ୍କ ଓଟ ଉଭୟ ଅସଂଖ୍ୟ; ଆଉ ସେମାନେ ଦେଶକୁ ଉଚ୍ଛିନ୍ନ କରିବାକୁ ଆସନ୍ତି।
6ଏଣୁ ଇସ୍ରାଏଲ ମିଦୀୟନ ସମ୍ମୁଖରେ ଅତି କ୍ଷୀଣ ହେଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ।
7ଏଥିରେ ଇସ୍ରାଏଲ-ସନ୍ତାନଗଣ ମିଦୀୟନ ସକାଶୁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ,
8ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ନିକଟକୁ ଏକ ଭବିଷ୍ୟଦ୍ବକ୍ତା ପ୍ରେରଣ କଲେ; ତହୁଁ ସେ ସେମାନଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ମିସରରୁ ଆଣିଲୁ ଓ ଦାସଗୃହରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲୁ;
9ପୁଣି ଆମ୍ଭେ ତୁମ୍ଭମାନଙ୍କୁ ମିସରୀୟମାନଙ୍କ ହସ୍ତରୁ ଓ ଯେଉଁମାନେ ତୁମ୍ଭମାନଙ୍କୁ ଉପଦ୍ରବ କଲେ, ସେ ସମସ୍ତଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେଲୁ, ଆଉ ସେମାନଙ୍କ ଦେଶ ତୁମ୍ଭମାନଙ୍କୁ ଦେଲୁ;