ବିଚାରକର୍ତ୍ତା 7

ଏଥିଉତ୍ତାରେ ଯିରୁବ୍ବାଲ୍‍, ଅର୍ଥାତ୍‍, ଗିଦିୟୋନ୍‍ ଓ ତାଙ୍କର ସଙ୍ଗୀ ସମସ୍ତ ଲୋକ ପ୍ରଭାତରେ ଉଠି ହାରୋଦ ନିର୍ଝର ନିକଟରେ ଛାଉଣି କଲେ; ସେସମୟରେ ମିଦୀୟନର ଛାଉଣି ସେମାନଙ୍କ ଉତ୍ତର ଆଡ଼େ ମୋରି ପର୍ବତ ନିକଟସ୍ଥ ତଳଭୂମିରେ ଥିଲା।

Judges 7:1 (UKJV) Then Jerubbaal, who is Gideon, and all the people that were with him, rose up early, and pitched beside the well of Harod: so that the host of the Midianites were on the north side of them, by the hill of Moreh, in the valley.

1ଏଥିଉତ୍ତାରେ ଯିରୁବ୍ବାଲ୍‍, ଅର୍ଥାତ୍‍, ଗିଦିୟୋନ୍‍ ଓ ତାଙ୍କର ସଙ୍ଗୀ ସମସ୍ତ ଲୋକ ପ୍ରଭାତରେ ଉଠି ହାରୋଦ ନିର୍ଝର ନିକଟରେ ଛାଉଣି କଲେ; ସେସମୟରେ ମିଦୀୟନର ଛାଉଣି ସେମାନଙ୍କ ଉତ୍ତର ଆଡ଼େ ମୋରି ପର୍ବତ ନିକଟସ୍ଥ ତଳଭୂମିରେ ଥିଲା।

2ଏଥିଉତ୍ତାରେ ସଦାପ୍ରଭୁ ଗିଦିୟୋନ୍‍ଙ୍କୁ କହିଲେ, “ତୁମ୍ଭ ସଙ୍ଗୀ ଲୋକମାନେ ଏତେ ଅଧିକ ଯେ, ଆମ୍ଭେ ମିଦୀୟନୀୟମାନଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କରି ନ ପାରୁ; କଲେ, ଆମ୍ଭ ନିଜ ହସ୍ତ ଆମ୍ଭକୁ ଉଦ୍ଧାର କରିଅଛି, ଏହା କହି ଇସ୍ରାଏଲ ଅବା ଆମ୍ଭ ବିରୁଦ୍ଧରେ ଦର୍ପ କରିବ।

3ଏଣୁ ଏବେ ଏହା କର, ‘ଯେକେହି ଭୟାର୍ତ୍ତ ଓ କମ୍ପିତ, ସେ ଫେରି ଗିଲୀୟଦ ପର୍ବତରୁ ଚାଲିଯାଉ, ଏହା କହି ଲୋକମାନଙ୍କ କର୍ଣ୍ଣରେ ଘୋଷଣା କର।’” ତହିଁରେ ଲୋକମାନଙ୍କ ମଧ୍ୟରୁ ବାଇଶ ହଜାର ଲୋକ ଫେରିଗଲେ ଓ ଦଶ ହଜାର ଲୋକ ରହିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.