9ଏଥିଉତ୍ତାରେ ସେହି ରାତ୍ରିରେ ସଦାପ୍ରଭୁ ତାଙ୍କୁ କହିଲେ, “ଉଠ, ସେହି ଛାଉଣିକୁ ଓହ୍ଲାଇ ଯାଅ; କାରଣ ଆମ୍ଭେ ତୁମ୍ଭ ହସ୍ତରେ ତାହା ସମର୍ପଣ କଲୁ।
10ମାତ୍ର ତୁମ୍ଭେ ଯିବାକୁ ଭୟ କଲେ, ତୁମ୍ଭ ଦାସ ଫୁରାକୁ ସଙ୍ଗେ ନେଇ ଛାଉଣିକୁ ଓହ୍ଲାଇ ଯାଅ।
11ଆଉ, ସେମାନେ ଯାହା କହନ୍ତି, ତୁମ୍ଭେ ତାହା ଶୁଣିବ; ତହିଁ ଉତ୍ତାରେ ଛାଉଣିକୁ ଓହ୍ଲାଇ ଯିବା ପାଇଁ ତୁମ୍ଭ ହସ୍ତ ବଳବାନ ହେବ।” ତହିଁରେ ସେ ଆପଣା ଦାସ ଫୁରା ସହିତ ଛାଉଣିରେ ଥିବା ସସଜ୍ଜ ଲୋକମାନଙ୍କ ବାହାରସ୍ଥ ସୀମାର ପ୍ରାନ୍ତ ପର୍ଯ୍ୟନ୍ତ ଗଲେ।
12ସେହି ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ବହୁସଂଖ୍ୟକ ହେତୁରୁ ପଙ୍ଗପାଳ ପରି ତଳଭୂମିରେ ପଡ଼ି ରହିଥିଲେ; ସେମାନଙ୍କର ଓଟ ବହୁସଂଖ୍ୟକ ହେତୁରୁ ସମୁଦ୍ରତୀରସ୍ଥ ବାଲି ପରି ଅସଂଖ୍ୟ ଥିଲେ।
13ପୁଣି ଗିଦିୟୋନ୍ ଉପସ୍ଥିତ ହେଲା ବେଳେ, “ଦେଖ, ଜଣେ ଲୋକ ଆପଣା ସଙ୍ଗୀକୁ ଗୋଟିଏ ସ୍ୱପ୍ନ ଜଣାଇ କହିଲା, ଦେଖ, ମୁଁ ସ୍ୱପ୍ନ ଦେଖିଲି ଯେ, ଏକ ଯବ ରୁଟି ମିଦୀୟନୀୟ ଛାଉଣି ଆଡ଼କୁ ଗଡ଼ି ତମ୍ବୁକୁ ଆସି ଆଘାତ କରନ୍ତେ, ତାହା ପଡ଼ିଗଲା; ପୁଣି ତାକୁ ଓଲଟାଇ ପକାନ୍ତେ, ସେହି ତମ୍ବୁ ଶୋଇ ପଡ଼ିଲା।”