ବିଚାରକର୍ତ୍ତା 7

ସେହି ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ବହୁସଂଖ୍ୟକ ହେତୁରୁ ପଙ୍ଗପାଳ ପରି ତଳଭୂମିରେ ପଡ଼ି ରହିଥିଲେ; ସେମାନଙ୍କର ଓଟ ବହୁସଂଖ୍ୟକ ହେତୁରୁ ସମୁଦ୍ରତୀରସ୍ଥ ବାଲି ପରି ଅସଂଖ୍ୟ ଥିଲେ।

Judges 7:12 (UKJV) And the Midianites and the Amalekites and all the children of the east lay along in the valley like grasshoppers for multitude; and their camels were without number, as the sand by the sea side for multitude.

10ମାତ୍ର ତୁମ୍ଭେ ଯିବାକୁ ଭୟ କଲେ, ତୁମ୍ଭ ଦାସ ଫୁରାକୁ ସଙ୍ଗେ ନେଇ ଛାଉଣିକୁ ଓହ୍ଲାଇ ଯାଅ।

11ଆଉ, ସେମାନେ ଯାହା କହନ୍ତି, ତୁମ୍ଭେ ତାହା ଶୁଣିବ; ତହିଁ ଉତ୍ତାରେ ଛାଉଣିକୁ ଓହ୍ଲାଇ ଯିବା ପାଇଁ ତୁମ୍ଭ ହସ୍ତ ବଳବାନ ହେବ।” ତହିଁରେ ସେ ଆପଣା ଦାସ ଫୁରା ସହିତ ଛାଉଣିରେ ଥିବା ସସଜ୍ଜ ଲୋକମାନଙ୍କ ବାହାରସ୍ଥ ସୀମାର ପ୍ରାନ୍ତ ପର୍ଯ୍ୟନ୍ତ ଗଲେ।

12ସେହି ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ବହୁସଂଖ୍ୟକ ହେତୁରୁ ପଙ୍ଗପାଳ ପରି ତଳଭୂମିରେ ପଡ଼ି ରହିଥିଲେ; ସେମାନଙ୍କର ଓଟ ବହୁସଂଖ୍ୟକ ହେତୁରୁ ସମୁଦ୍ରତୀରସ୍ଥ ବାଲି ପରି ଅସଂଖ୍ୟ ଥିଲେ।

13ପୁଣି ଗିଦିୟୋନ୍‍ ଉପସ୍ଥିତ ହେଲା ବେଳେ, “ଦେଖ, ଜଣେ ଲୋକ ଆପଣା ସଙ୍ଗୀକୁ ଗୋଟିଏ ସ୍ୱପ୍ନ ଜଣାଇ କହିଲା, ଦେଖ, ମୁଁ ସ୍ୱପ୍ନ ଦେଖିଲି ଯେ, ଏକ ଯବ ରୁଟି ମିଦୀୟନୀୟ ଛାଉଣି ଆଡ଼କୁ ଗଡ଼ି ତମ୍ବୁକୁ ଆସି ଆଘାତ କରନ୍ତେ, ତାହା ପଡ଼ିଗଲା; ପୁଣି ତାକୁ ଓଲଟାଇ ପକାନ୍ତେ, ସେହି ତମ୍ବୁ ଶୋଇ ପଡ଼ିଲା।”

14ତହୁଁ ତାହାର ସଙ୍ଗୀ ଉତ୍ତର କରି କହିଲା, “ଏହା ଇସ୍ରାଏଲୀୟ ଯୋୟାଶ୍‍ର ପୁତ୍ର ଗିଦିୟୋନ୍‍ଙ୍କର ଖଡ୍ଗ ଛଡ଼ା ଆଉ କିଛି ନୁହେଁ; ପରମେଶ୍ୱର ମିଦୀୟନକୁ ଓ ସମୁଦାୟ ସୈନ୍ୟଦଳକୁ ତାହା ହସ୍ତରେ ସମର୍ପଣ କରିଅଛନ୍ତି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.