ବିଚାରକର୍ତ୍ତା 7

ତହୁଁ ସେ ସେହି ତିନି ଶହ ଲୋକଙ୍କୁ ତିନି ଦଳରେ ବିଭାଗ କରି ସେସମସ୍ତଙ୍କ ହସ୍ତରେ ତୂରୀ ଓ ଶୂନ୍ୟ କଳସ ଓ କଳସ ମଧ୍ୟରେ ଦିହୁଡ଼ି ଦେଲେ।

Judges 7:16 (UKJV) And he divided the three hundred men into three companies, and he put a trumpet in every man's hand, with empty pitchers, and lamps within the pitchers.

14ତହୁଁ ତାହାର ସଙ୍ଗୀ ଉତ୍ତର କରି କହିଲା, “ଏହା ଇସ୍ରାଏଲୀୟ ଯୋୟାଶ୍‍ର ପୁତ୍ର ଗିଦିୟୋନ୍‍ଙ୍କର ଖଡ୍ଗ ଛଡ଼ା ଆଉ କିଛି ନୁହେଁ; ପରମେଶ୍ୱର ମିଦୀୟନକୁ ଓ ସମୁଦାୟ ସୈନ୍ୟଦଳକୁ ତାହା ହସ୍ତରେ ସମର୍ପଣ କରିଅଛନ୍ତି।”

15ସେତେବେଳେ ଗିଦିୟୋନ୍‍ ସେହି ସ୍ୱପ୍ନର କଥା ଓ ତହିଁର ଅର୍ଥ ଶୁଣି ପ୍ରଣାମ କଲେ; ପୁଣି ସେ ଇସ୍ରାଏଲ ଛାଉଣିକୁ ଫେରିଆସି କହିଲେ, “ଉଠ, କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ହସ୍ତରେ ମିଦୀୟନୀୟ ସୈନ୍ୟଦଳକୁ ସମର୍ପଣ କରିଅଛନ୍ତି।”

16ତହୁଁ ସେ ସେହି ତିନି ଶହ ଲୋକଙ୍କୁ ତିନି ଦଳରେ ବିଭାଗ କରି ସେସମସ୍ତଙ୍କ ହସ୍ତରେ ତୂରୀ ଓ ଶୂନ୍ୟ କଳସ ଓ କଳସ ମଧ୍ୟରେ ଦିହୁଡ଼ି ଦେଲେ।

17ଆଉ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ମୋʼ ପ୍ରତି ଦୃଷ୍ଟି ରଖି ମୋʼ ପରି କର୍ମ କର; ପୁଣି ମୁଁ ଛାଉଣି ବାହାରସ୍ଥ ସୀମା-ପ୍ରାନ୍ତରେ ଉପସ୍ଥିତ ହେଲେ ଯେରୂପ କରିବି, ତୁମ୍ଭେମାନେ ମଧ୍ୟ ସେରୂପ କରିବ।

18ଯେତେବେଳେ ମୁଁ ଓ ଆମ୍ଭ ସଙ୍ଗୀ ସମସ୍ତେ ତୂରୀ ବଜାଇବୁ, ସେତେବେଳେ ତୁମ୍ଭେମାନେ ମଧ୍ୟ ସମୁଦାୟ ଛାଉଣିର ଚାରିଆଡ଼େ ତୂରୀ ବଜାଅ ଓ କୁହ, (ଖଡ୍ଗ) ‘ସଦାପ୍ରଭୁଙ୍କ ପକ୍ଷ ଓ ଗିଦିୟୋନ୍‍ଙ୍କର ପକ୍ଷ।’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.