16ତହୁଁ ସେ ସେହି ତିନି ଶହ ଲୋକଙ୍କୁ ତିନି ଦଳରେ ବିଭାଗ କରି ସେସମସ୍ତଙ୍କ ହସ୍ତରେ ତୂରୀ ଓ ଶୂନ୍ୟ କଳସ ଓ କଳସ ମଧ୍ୟରେ ଦିହୁଡ଼ି ଦେଲେ।
17ଆଉ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ମୋʼ ପ୍ରତି ଦୃଷ୍ଟି ରଖି ମୋʼ ପରି କର୍ମ କର; ପୁଣି ମୁଁ ଛାଉଣି ବାହାରସ୍ଥ ସୀମା-ପ୍ରାନ୍ତରେ ଉପସ୍ଥିତ ହେଲେ ଯେରୂପ କରିବି, ତୁମ୍ଭେମାନେ ମଧ୍ୟ ସେରୂପ କରିବ।
18ଯେତେବେଳେ ମୁଁ ଓ ଆମ୍ଭ ସଙ୍ଗୀ ସମସ୍ତେ ତୂରୀ ବଜାଇବୁ, ସେତେବେଳେ ତୁମ୍ଭେମାନେ ମଧ୍ୟ ସମୁଦାୟ ଛାଉଣିର ଚାରିଆଡ଼େ ତୂରୀ ବଜାଅ ଓ କୁହ, (ଖଡ୍ଗ) ‘ସଦାପ୍ରଭୁଙ୍କ ପକ୍ଷ ଓ ଗିଦିୟୋନ୍ଙ୍କର ପକ୍ଷ।’”
19ଏଥିଉତ୍ତାରେ ମଧ୍ୟାହ୍ନ-ପ୍ରହରର ଆରମ୍ଭରେ ମିଦୀୟନୀୟମାନେ ନୂତନ ପ୍ରହରୀ ସ୍ଥାପନ କରନ୍ତେ, ଗିଦିୟୋନ୍ ଓ ତାଙ୍କର ସଙ୍ଗୀ ଏକ ଶହ ଲୋକ ଛାଉଣିର ବାହାରସ୍ଥ ସୀମା-ପ୍ରାନ୍ତରେ ଉପସ୍ଥିତ ହେଲେ; ପୁଣି ସେମାନେ ତୂରୀ ବଜାଇ ସେମାନଙ୍କ ହସ୍ତରେ ଥିବା କଳସ କଚାଡ଼ି ଭାଙ୍ଗି ପକାଇଲେ।
20ଏରୂପେ ତିନିଦଳସ୍ଥ ଲୋକ ତୂରୀ ବଜାଇଲେ ଓ କଳସ ଭାଙ୍ଗିଲେ, ପୁଣି ବାମ ହସ୍ତରେ ଦିହୁଡ଼ି ଓ ଦକ୍ଷିଣ ହସ୍ତରେ ବଜାଇବା ତୂରୀ ଧରିଲେ ଓ ସେମାନେ ଡାକ ପକାଇ କହିଲେ, “ଖଡ୍ଗ, ସଦାପ୍ରଭୁଙ୍କ ପକ୍ଷ ଓ ଗିଦିୟୋନ୍ଙ୍କର ପକ୍ଷ।”