ବିଚାରକର୍ତ୍ତା 7

ଏଥିଉତ୍ତାରେ ମଧ୍ୟାହ୍ନ-ପ୍ରହରର ଆରମ୍ଭରେ ମିଦୀୟନୀୟମାନେ ନୂତନ ପ୍ରହରୀ ସ୍ଥାପନ କରନ୍ତେ, ଗିଦିୟୋନ୍‍ ଓ ତାଙ୍କର ସଙ୍ଗୀ ଏକ ଶହ ଲୋକ ଛାଉଣିର ବାହାରସ୍ଥ ସୀମା-ପ୍ରାନ୍ତରେ ଉପସ୍ଥିତ ହେଲେ; ପୁଣି ସେମାନେ ତୂରୀ ବଜାଇ ସେମାନଙ୍କ ହସ୍ତରେ ଥିବା କଳସ କଚାଡ଼ି ଭାଙ୍ଗି ପକାଇଲେ।

Judges 7:19 (UKJV) So Gideon, and the hundred men that were with him, came unto the outside of the camp in the beginning of the middle watch; and they had but newly set the watch: and they blew the trumpets, and brake the pitchers that were in their hands.

17ଆଉ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ମୋʼ ପ୍ରତି ଦୃଷ୍ଟି ରଖି ମୋʼ ପରି କର୍ମ କର; ପୁଣି ମୁଁ ଛାଉଣି ବାହାରସ୍ଥ ସୀମା-ପ୍ରାନ୍ତରେ ଉପସ୍ଥିତ ହେଲେ ଯେରୂପ କରିବି, ତୁମ୍ଭେମାନେ ମଧ୍ୟ ସେରୂପ କରିବ।

18ଯେତେବେଳେ ମୁଁ ଓ ଆମ୍ଭ ସଙ୍ଗୀ ସମସ୍ତେ ତୂରୀ ବଜାଇବୁ, ସେତେବେଳେ ତୁମ୍ଭେମାନେ ମଧ୍ୟ ସମୁଦାୟ ଛାଉଣିର ଚାରିଆଡ଼େ ତୂରୀ ବଜାଅ ଓ କୁହ, (ଖଡ୍ଗ) ‘ସଦାପ୍ରଭୁଙ୍କ ପକ୍ଷ ଓ ଗିଦିୟୋନ୍‍ଙ୍କର ପକ୍ଷ।’”

19ଏଥିଉତ୍ତାରେ ମଧ୍ୟାହ୍ନ-ପ୍ରହରର ଆରମ୍ଭରେ ମିଦୀୟନୀୟମାନେ ନୂତନ ପ୍ରହରୀ ସ୍ଥାପନ କରନ୍ତେ, ଗିଦିୟୋନ୍‍ ଓ ତାଙ୍କର ସଙ୍ଗୀ ଏକ ଶହ ଲୋକ ଛାଉଣିର ବାହାରସ୍ଥ ସୀମା-ପ୍ରାନ୍ତରେ ଉପସ୍ଥିତ ହେଲେ; ପୁଣି ସେମାନେ ତୂରୀ ବଜାଇ ସେମାନଙ୍କ ହସ୍ତରେ ଥିବା କଳସ କଚାଡ଼ି ଭାଙ୍ଗି ପକାଇଲେ।

20ଏରୂପେ ତିନିଦଳସ୍ଥ ଲୋକ ତୂରୀ ବଜାଇଲେ ଓ କଳସ ଭାଙ୍ଗିଲେ, ପୁଣି ବାମ ହସ୍ତରେ ଦିହୁଡ଼ି ଓ ଦକ୍ଷିଣ ହସ୍ତରେ ବଜାଇବା ତୂରୀ ଧରିଲେ ଓ ସେମାନେ ଡାକ ପକାଇ କହିଲେ, “ଖଡ୍ଗ, ସଦାପ୍ରଭୁଙ୍କ ପକ୍ଷ ଓ ଗିଦିୟୋନ୍‍ଙ୍କର ପକ୍ଷ।”

21ପୁଣି ସେମାନେ ପ୍ରତ୍ୟେକ ଛାଉଣି ଚାରିଆଡ଼େ ଆପଣା ଆପଣା ସ୍ଥାନରେ ଠିଆ ହୋଇ ରହିଲେ; ତହିଁରେ ସୈନ୍ୟଦଳ ଦଉଡ଼ାଦଉଡ଼ି କଲେ; ତେବେ ଇସ୍ରାଏଲୀୟ ଲୋକମାନେ ଜୟଧ୍ୱନି କରି ସେମାନଙ୍କୁ ପଳାୟନ କରାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.