ବିଚାରକର୍ତ୍ତା 7

ପୁଣି ସେମାନେ ପ୍ରତ୍ୟେକ ଛାଉଣି ଚାରିଆଡ଼େ ଆପଣା ଆପଣା ସ୍ଥାନରେ ଠିଆ ହୋଇ ରହିଲେ; ତହିଁରେ ସୈନ୍ୟଦଳ ଦଉଡ଼ାଦଉଡ଼ି କଲେ; ତେବେ ଇସ୍ରାଏଲୀୟ ଲୋକମାନେ ଜୟଧ୍ୱନି କରି ସେମାନଙ୍କୁ ପଳାୟନ କରାଇଲେ।

Judges 7:21 (UKJV) And they stood every man in his place round about the camp; and all the host ran, and cried, and fled.

19ଏଥିଉତ୍ତାରେ ମଧ୍ୟାହ୍ନ-ପ୍ରହରର ଆରମ୍ଭରେ ମିଦୀୟନୀୟମାନେ ନୂତନ ପ୍ରହରୀ ସ୍ଥାପନ କରନ୍ତେ, ଗିଦିୟୋନ୍‍ ଓ ତାଙ୍କର ସଙ୍ଗୀ ଏକ ଶହ ଲୋକ ଛାଉଣିର ବାହାରସ୍ଥ ସୀମା-ପ୍ରାନ୍ତରେ ଉପସ୍ଥିତ ହେଲେ; ପୁଣି ସେମାନେ ତୂରୀ ବଜାଇ ସେମାନଙ୍କ ହସ୍ତରେ ଥିବା କଳସ କଚାଡ଼ି ଭାଙ୍ଗି ପକାଇଲେ।

20ଏରୂପେ ତିନିଦଳସ୍ଥ ଲୋକ ତୂରୀ ବଜାଇଲେ ଓ କଳସ ଭାଙ୍ଗିଲେ, ପୁଣି ବାମ ହସ୍ତରେ ଦିହୁଡ଼ି ଓ ଦକ୍ଷିଣ ହସ୍ତରେ ବଜାଇବା ତୂରୀ ଧରିଲେ ଓ ସେମାନେ ଡାକ ପକାଇ କହିଲେ, “ଖଡ୍ଗ, ସଦାପ୍ରଭୁଙ୍କ ପକ୍ଷ ଓ ଗିଦିୟୋନ୍‍ଙ୍କର ପକ୍ଷ।”

21ପୁଣି ସେମାନେ ପ୍ରତ୍ୟେକ ଛାଉଣି ଚାରିଆଡ଼େ ଆପଣା ଆପଣା ସ୍ଥାନରେ ଠିଆ ହୋଇ ରହିଲେ; ତହିଁରେ ସୈନ୍ୟଦଳ ଦଉଡ଼ାଦଉଡ଼ି କଲେ; ତେବେ ଇସ୍ରାଏଲୀୟ ଲୋକମାନେ ଜୟଧ୍ୱନି କରି ସେମାନଙ୍କୁ ପଳାୟନ କରାଇଲେ।

22ପୁଣି ସେମାନେ ସେହି ତିନି ଶହ ତୂରୀ ବଜାନ୍ତେ, ସଦାପ୍ରଭୁ ପ୍ରତ୍ୟେକ ଲୋକର ଖଡ୍ଗ ଆପଣା ସଙ୍ଗୀ ଓ ସମୁଦାୟ ସୈନ୍ୟଦଳ ବିରୁଦ୍ଧରେ ଚଳାଇଲେ; ତହିଁରେ ସୈନ୍ୟଦଳ ସରୋଦା ଆଡ଼େ ବେଥ୍-ଶିଟା ପର୍ଯ୍ୟନ୍ତ, ଟବ୍ବତ ନିକଟସ୍ଥ ଆବେଲ୍‍-ମହୋଲାର ସୀମା ପର୍ଯ୍ୟନ୍ତ ପଳାୟନ କଲେ।

23ଏଥିଉତ୍ତାରେ ନପ୍ତାଲି ଓ ଆଶେର ଓ ସମୁଦାୟ ମନଃଶି ଦେଶରୁ ଇସ୍ରାଏଲୀୟ ଲୋକେ ଏକତ୍ରିତ ହୋଇ ମିଦୀୟନୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.