ବିଚାରକର୍ତ୍ତା 7

ଏଥିଉତ୍ତାରେ ନପ୍ତାଲି ଓ ଆଶେର ଓ ସମୁଦାୟ ମନଃଶି ଦେଶରୁ ଇସ୍ରାଏଲୀୟ ଲୋକେ ଏକତ୍ରିତ ହୋଇ ମିଦୀୟନୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ।

Judges 7:23 (UKJV) And the men of Israel gathered themselves together out of Naphtali, and out of Asher, and out of all Manasseh, and pursued after the Midianites.

21ପୁଣି ସେମାନେ ପ୍ରତ୍ୟେକ ଛାଉଣି ଚାରିଆଡ଼େ ଆପଣା ଆପଣା ସ୍ଥାନରେ ଠିଆ ହୋଇ ରହିଲେ; ତହିଁରେ ସୈନ୍ୟଦଳ ଦଉଡ଼ାଦଉଡ଼ି କଲେ; ତେବେ ଇସ୍ରାଏଲୀୟ ଲୋକମାନେ ଜୟଧ୍ୱନି କରି ସେମାନଙ୍କୁ ପଳାୟନ କରାଇଲେ।

22ପୁଣି ସେମାନେ ସେହି ତିନି ଶହ ତୂରୀ ବଜାନ୍ତେ, ସଦାପ୍ରଭୁ ପ୍ରତ୍ୟେକ ଲୋକର ଖଡ୍ଗ ଆପଣା ସଙ୍ଗୀ ଓ ସମୁଦାୟ ସୈନ୍ୟଦଳ ବିରୁଦ୍ଧରେ ଚଳାଇଲେ; ତହିଁରେ ସୈନ୍ୟଦଳ ସରୋଦା ଆଡ଼େ ବେଥ୍-ଶିଟା ପର୍ଯ୍ୟନ୍ତ, ଟବ୍ବତ ନିକଟସ୍ଥ ଆବେଲ୍‍-ମହୋଲାର ସୀମା ପର୍ଯ୍ୟନ୍ତ ପଳାୟନ କଲେ।

23ଏଥିଉତ୍ତାରେ ନପ୍ତାଲି ଓ ଆଶେର ଓ ସମୁଦାୟ ମନଃଶି ଦେଶରୁ ଇସ୍ରାଏଲୀୟ ଲୋକେ ଏକତ୍ରିତ ହୋଇ ମିଦୀୟନୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ।

24ପୁଣି ଗିଦିୟୋନ୍‍ ଇଫ୍ରୟିମର ପର୍ବତମୟ ସମସ୍ତ ଦେଶର ଚାରିଆଡ଼େ ଏହି କଥା କହିବାକୁ ଦୂତ ପଠାଇଲେ, “ମିଦୀୟନ ବିରୁଦ୍ଧରେ ଓହ୍ଲାଇ ଆସ ଓ ସେମାନଙ୍କ ଆଗେ ବେଥ୍-ବାରା ପର୍ଯ୍ୟନ୍ତ ସମସ୍ତ ଜଳ, ମଧ୍ୟ ଯର୍ଦ୍ଦନ ହସ୍ତଗତ କର;” ତହିଁରେ ଇଫ୍ରୟିମର ସମସ୍ତ ଲୋକ ଏକତ୍ରିତ ହୋଇ ବେଥ୍-ବାରା ପର୍ଯ୍ୟନ୍ତ ସମସ୍ତ ଜଳ, ମଧ୍ୟ ଯର୍ଦ୍ଦନ ହସ୍ତଗତ କଲେ।

25ଏଥିରେ ସେମାନେ ଓରେବ୍‍ ଓ ସେବ୍‍ ନାମକ ମିଦୀୟନର ଦୁଇ ଅଧିପତିଙ୍କୁ ଧରିଲେ; ପୁଣି ସେମାନେ ଓରେବ୍‍କୁ ଓରେବ୍‍-ଶୈଳ ନିକଟରେ ବଧ କଲେ, ଆଉ ସେବ୍‍କୁ ସେମାନେ ସେବ୍‍-ଦ୍ରାକ୍ଷାଯନ୍ତ୍ର ନିକଟରେ ବଧ କରି ମିଦୀୟନର ପଛେ ପଛେ ଗୋଡ଼ାଇଲେ; ପୁଣି ସେମାନେ ଓରେବ୍‍ ଓ ସେବ୍‍ର ମସ୍ତକ ଯର୍ଦ୍ଦନ ସେପାରିକି ଗିଦିୟୋନ୍‍ଙ୍କ ନିକଟକୁ ଆଣିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.