ବିଚାରକର୍ତ୍ତା 7

ତେଣୁ ସେ ଲୋକମାନଙ୍କୁ ଜଳ ନିକଟକୁ ଆଣିଲେ; ତହିଁରେ ସଦାପ୍ରଭୁ ଗିଦିୟୋନ୍‍ଙ୍କୁ କହିଲେ, “କୁକ୍କୁର ପରି ଆପଣା ଜିହ୍ୱାରେ ଚାକୁ ଚାକୁ କରି ଜଳ ଖାଇବା ପ୍ରତ୍ୟେକ ଲୋକକୁ, ସେହିପରି ପାନ କରିବାକୁ ଆଣ୍ଠୁ ଉପରେ ନଇଁ ପଡ଼ିବା ପ୍ରତ୍ୟେକ ଲୋକକୁ ପୃଥକ କର।”

Judges 7:5 (UKJV) So he brought down the people unto the water: and the LORD said unto Gideon, Every one that laps of the water with his tongue, as a dog laps, him shall you set by himself; likewise every one that bows down upon his knees to drink.

3ଏଣୁ ଏବେ ଏହା କର, ‘ଯେକେହି ଭୟାର୍ତ୍ତ ଓ କମ୍ପିତ, ସେ ଫେରି ଗିଲୀୟଦ ପର୍ବତରୁ ଚାଲିଯାଉ, ଏହା କହି ଲୋକମାନଙ୍କ କର୍ଣ୍ଣରେ ଘୋଷଣା କର।’” ତହିଁରେ ଲୋକମାନଙ୍କ ମଧ୍ୟରୁ ବାଇଶ ହଜାର ଲୋକ ଫେରିଗଲେ ଓ ଦଶ ହଜାର ଲୋକ ରହିଲେ।

4ତହୁଁ ସଦାପ୍ରଭୁ ଗିଦିୟୋନ୍‍ଙ୍କୁ କହିଲେ, “ତଥାପି ବହୁତ ଲୋକ ଅଛନ୍ତି; ସେମାନଙ୍କୁ ଜଳ ନିକଟକୁ ଆଣ, ସେଠାରେ ଆମ୍ଭେ ତୁମ୍ଭ ନିମନ୍ତେ ସେମାନଙ୍କୁ ପରୀକ୍ଷା କରିବା; ତହିଁରେ ଆମ୍ଭେ ଯାହା ବିଷୟରେ ତୁମ୍ଭକୁ କହିବା, ‘ଏ ତୁମ୍ଭ ସଙ୍ଗରେ ଯିବ,’ ସେ ତୁମ୍ଭ ସଙ୍ଗରେ ଯିବ; ପୁଣି ଯାହା ବିଷୟରେ ଆମ୍ଭେ ତୁମ୍ଭକୁ କହିବା, ‘ଏ ତୁମ୍ଭ ସଙ୍ଗରେ ଯିବ ନାହିଁ,’ ସେ ଯିବ ନାହିଁ।”

5ତେଣୁ ସେ ଲୋକମାନଙ୍କୁ ଜଳ ନିକଟକୁ ଆଣିଲେ; ତହିଁରେ ସଦାପ୍ରଭୁ ଗିଦିୟୋନ୍‍ଙ୍କୁ କହିଲେ, “କୁକ୍କୁର ପରି ଆପଣା ଜିହ୍ୱାରେ ଚାକୁ ଚାକୁ କରି ଜଳ ଖାଇବା ପ୍ରତ୍ୟେକ ଲୋକକୁ, ସେହିପରି ପାନ କରିବାକୁ ଆଣ୍ଠୁ ଉପରେ ନଇଁ ପଡ଼ିବା ପ୍ରତ୍ୟେକ ଲୋକକୁ ପୃଥକ କର।”

6ତହିଁରେ ଯେଉଁମାନେ ଆପଣା ଆପଣା ମୁଖରେ ହାତ ଦେଇ ଚାକୁ ଚାକୁ କରି ଜଳ ଖାଇଲେ, ସେମାନେ ସଂଖ୍ୟାରେ ତିନି ଶହ ଲୋକ ହେଲେ; ମାତ୍ର ଅବଶିଷ୍ଟ ଲୋକ ସମସ୍ତେ ଜଳ ପାନ କରିବାକୁ ଆଣ୍ଠୁ ଉପରେ ନଇଁ ପଡ଼ିଲେ।

7ତହୁଁ ସଦାପ୍ରଭୁ ଗିଦିୟୋନ୍‍ଙ୍କୁ କହିଲେ, “ଯେଉଁ ତିନି ଶହ ଲୋକ ଚାକୁ ଚାକୁ କରି ଜଳ ଖାଇଲେ, ସେମାନଙ୍କ ଦ୍ୱାରା ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ଓ ମିଦୀୟନୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା; ଆଉ ସମସ୍ତ ଲୋକ ଆପଣା ଆପଣା ସ୍ଥାନକୁ ଚାଲିଯାଆନ୍ତୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.