6ତହିଁରେ ଯେଉଁମାନେ ଆପଣା ଆପଣା ମୁଖରେ ହାତ ଦେଇ ଚାକୁ ଚାକୁ କରି ଜଳ ଖାଇଲେ, ସେମାନେ ସଂଖ୍ୟାରେ ତିନି ଶହ ଲୋକ ହେଲେ; ମାତ୍ର ଅବଶିଷ୍ଟ ଲୋକ ସମସ୍ତେ ଜଳ ପାନ କରିବାକୁ ଆଣ୍ଠୁ ଉପରେ ନଇଁ ପଡ଼ିଲେ।
7ତହୁଁ ସଦାପ୍ରଭୁ ଗିଦିୟୋନ୍ଙ୍କୁ କହିଲେ, “ଯେଉଁ ତିନି ଶହ ଲୋକ ଚାକୁ ଚାକୁ କରି ଜଳ ଖାଇଲେ, ସେମାନଙ୍କ ଦ୍ୱାରା ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ଓ ମିଦୀୟନୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା; ଆଉ ସମସ୍ତ ଲୋକ ଆପଣା ଆପଣା ସ୍ଥାନକୁ ଚାଲିଯାଆନ୍ତୁ।”
8ଏଥିରେ ଲୋକମାନେ ଆପଣା ଆପଣା ହସ୍ତରେ ଖାଦ୍ୟଦ୍ରବ୍ୟ ଓ ତୂରୀ ଘେନିଲେ; ପୁଣି ସେ ଇସ୍ରାଏଲର ସମସ୍ତ ଲୋକଙ୍କୁ ଆପଣା ଆପଣା ତମ୍ବୁକୁ ବିଦାୟ କଲେ, ମାତ୍ର ସେହି ତିନି ଶହ ଲୋକଙ୍କୁ ରଖିଲେ; ସେସମୟରେ ମିଦୀୟନୀୟ ଛାଉଣି ତାହାର ନୀଚସ୍ଥ ତଳଭୂମିରେ ଥିଲା।
9ଏଥିଉତ୍ତାରେ ସେହି ରାତ୍ରିରେ ସଦାପ୍ରଭୁ ତାଙ୍କୁ କହିଲେ, “ଉଠ, ସେହି ଛାଉଣିକୁ ଓହ୍ଲାଇ ଯାଅ; କାରଣ ଆମ୍ଭେ ତୁମ୍ଭ ହସ୍ତରେ ତାହା ସମର୍ପଣ କଲୁ।
10ମାତ୍ର ତୁମ୍ଭେ ଯିବାକୁ ଭୟ କଲେ, ତୁମ୍ଭ ଦାସ ଫୁରାକୁ ସଙ୍ଗେ ନେଇ ଛାଉଣିକୁ ଓହ୍ଲାଇ ଯାଅ।