ବିଚାରକର୍ତ୍ତା 8

ଏଥିଉତ୍ତାରେ ଇଫ୍ରୟିମର ଲୋକମାନେ ଗିଦିୟୋନ୍‍ଙ୍କୁ କହିଲେ, “ତୁମ୍ଭେ ମିଦୀୟନ ସଙ୍ଗେ ଯୁଦ୍ଧ କରିବାକୁ ଗଲା ବେଳେ ଆମ୍ଭମାନଙ୍କୁ ଯେ ଡାକିଲ ନାହିଁ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି କଥା କଲ?” ପୁଣି ସେମାନେ ତାଙ୍କ ସଙ୍ଗରେ ଅତ୍ୟନ୍ତ ବିବାଦ କଲେ।

Judges 8:1 (UKJV) And the men of Ephraim said unto him, Why have you served us thus, that you called us not, when you went to fight with the Midianites? And they did chide with him sharply.

1ଏଥିଉତ୍ତାରେ ଇଫ୍ରୟିମର ଲୋକମାନେ ଗିଦିୟୋନ୍‍ଙ୍କୁ କହିଲେ, “ତୁମ୍ଭେ ମିଦୀୟନ ସଙ୍ଗେ ଯୁଦ୍ଧ କରିବାକୁ ଗଲା ବେଳେ ଆମ୍ଭମାନଙ୍କୁ ଯେ ଡାକିଲ ନାହିଁ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି କଥା କଲ?” ପୁଣି ସେମାନେ ତାଙ୍କ ସଙ୍ଗରେ ଅତ୍ୟନ୍ତ ବିବାଦ କଲେ।

2ଏଥିରେ ସେ ସେମାନଙ୍କୁ କହିଲେ, “ଏବେ ତୁମ୍ଭମାନଙ୍କ ତୁଲ୍ୟ ମୁଁ କେଉଁ କର୍ମ କରିଅଛି? ଅବୀୟେଷ୍ରୀୟର ସମସ୍ତ ଦ୍ରାକ୍ଷାଫଳ ସଂଗ୍ରହଠାରୁ କି ଇଫ୍ରୟିମର ଦ୍ରାକ୍ଷାଫଳ ରାଁ କରିବାର ଶ୍ରେଷ୍ଠ ନୁହେଁ?

3ପରମେଶ୍ୱର ତୁମ୍ଭମାନଙ୍କ ହସ୍ତରେ ସିନା ମିଦୀୟନର ଓରେବ୍‍ ଓ ସେବ୍‍ ଦୁଇ ଅଧିପତିଙ୍କୁ ସମର୍ପଣ କଲେ, ମାତ୍ର ତୁମ୍ଭମାନଙ୍କ ତୁଲ୍ୟ ମୁଁ କେଉଁ କର୍ମ କରି ପାରିଲି?” ତେବେ ତାଙ୍କର ଏହି କଥା କହିବାରେ ତାଙ୍କ ପ୍ରତି ସେମାନଙ୍କର କ୍ରୋଧ ନିବୃତ୍ତ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.